Posted inଖେଳ

ଗ୍ରୀସ୍‌ରେ ଅଲିମ୍ପିକ ମଶାଲ ରିଲେ ବାତିଲ

ଏଥେନ୍ସ,୧୪ା୩ (ଏଏଫ୍‌ପି)- ଟୋକିଓ ଗେମ୍ସ ୨୦୨୦ ପାଇଁ ଗ୍ରୀସ୍‌ରେ ଅବଶିଷ୍ଟ ଅଲିମ୍ପିକ ମଶାଲ ରିଲେକୁ ବାତିଲ କରାଯାଇଥିବା ଗ୍ରୀକ୍‌ ଅଲିମ୍ପିକ କମିଟି ଶୁକ୍ରବାର ପ୍ରକାଶ କରିଛି। କରୋନା ଭାଇରସ୍‌ ଆଶଙ୍କାକୁ ଭୂକ୍ଷେପ ନ କରି ମଶାଲ ରିଲେ ଦେଖିବା ଲାଗି ଜନତାଙ୍କ ଭିଡ଼ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଅଲିମ୍ପିକ ମଶାଲ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୯ରେ ଟୋକିଓ ଗେମ୍ସ ଆୟୋଜକଙ୍କୁ ହସ୍ତାନ୍ତର କରାଯିବ ବୋଲି କମିଟି କହିଛି। ଗ୍ରୀସ୍‌ରେ କରୋନା ଭାଇରସ୍‌ ଦ୍ୱାରା ପୀଡ଼ିତଙ୍କ ସଂଖ୍ୟା ୧୧୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ଜଣେ ୧୦ ଦିନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ମୃତ୍ୟୁ ବରଣ କରିଛି। ବାରଣ ସତ୍ତ୍ୱେ ସ୍ପାର୍ଟା ସହରରେ ହଲିଉଡ୍‌ ଅଭିନେତା ଜେରାର୍ଡ ବଟଲରଙ୍କ ଦ୍ୱାରା କଲଡ୍ରନରେ ଅଗ୍ନୀ ସଂଯୋଗ ଦୃଶ୍ୟକୁ ଦେଖିବାଲାଗି ବହୁ ସଂଖ୍ୟାରେ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହି କାରଣରୁ ଗ୍ରୀକ୍‌ ଅଲିମ୍ପିକ କମିଟି ଦେଶରେ ଅବଶିଷ୍ଟ ଅଲିମ୍ପିକ ମଶାଲ ରିଲେକୁ ବାତିଲ କରିବା ଲାଗି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri