ଗ୍ୟାଙ୍ଗଷ୍ଟର ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ,୧।୯-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଗ୍ୟାଙ୍ଗଷ୍ଟର ପାପା ଓରଫ୍‌ ଚିନ୍ମୟ ପଣ୍ଡା (୪୦)ଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି। ତାଙ୍କ ନାମରେ ସହଦେବଖୁଣ୍ଟା ମଡ଼େଲ ଥାନାରେ ୪, ଟାଉନ୍‌ ଥାନାରେ ୮, ଶିଳ୍ପାଞ୍ଚଳ ଥାନାରେ ୭ ଏବଂ ଦୀଘା ମୋହନା କୋଷ୍ଟାଲ ଥାନାରେ ଗୋଟିଏ ମୋଟ ୨୦ଟି ହତ୍ୟା, ଡକାୟତି, ଦାଦାବଟି ଏବଂ ହତ୍ୟା ଉଦ୍ୟମ ଭଳି ମାମଲା ରହିଛି। ସେ ପୋଲିସକୁ ଚକ୍‌ମା ଦେଇ ବାରମ୍ବାର ଖସି ଯାଉଥିଲେ। ଶନିବାର ମଧ୍ୟରାତ୍ରରେ ଏସ୍‌ପି ବି. ଯୁଗଳ କିଶୋର କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରେମୁଣା ଆଇଆଇସି ଶୁଭ୍ରାଂଶୁ ଶେଖର ନାୟକଙ୍କ ନେତୃତ୍ୱରେ ପୋଲିସ୍‌ର ଏକ ସ୍ବତନ୍ତ୍ର ଟିମ୍‌ କଟକରୁ ତାଙ୍କୁ ଗିରଫ କରିଛି। ଏ ସମ୍ପର୍କରେ ରବିବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ସହଦେବଖୁଣ୍ଟା ଥାନା ଶୋଭାରାମପୁର ଅଞ୍ଚଳର ପାପା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିଜର ଗ୍ୟାଙ୍ଗ ଗଠନ କରି ବିଭିନ୍ନ ଅପରାଧ ଘଟାଉଥିଲା। ବାଲେଶ୍ୱର ସହରରେ ୩୦/୪୦ ଜଣଙ୍କ ନେଇ ସେ ଏକ ଗ୍ୟାଙ୍ଗ କରି ଅପରାଧିକ ସାମ୍ରାଜ୍ୟ ଚଳାଇଥିଲେ। ସ୍ଥାନୀୟ ବ୍ୟବସାୟୀ, ଠିକାଦାର, ଶିଳ୍ପପତିମାନଙ୍କଠାରୁ ସେ ଦାଦାବଟି ଆଦାୟ କରୁଥିଲେ। ୨ଟି ହତ୍ୟା ଘଟଣା ସହ ୨୦ଟି ବିଭିନ୍ନ ମାମଲାରେ ସେ ଜଡ଼ିତ ଥିବାର ଜଣାପଡ଼ିଛି। ଅଳ୍ପ ଦିନ ତଳେ ସହଦେବଖୁଣ୍ଟା ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କୁ ଧରିବା ପାଇଁ ଜିଲା ପୋଲିସ ଯୋଜନାବଦ୍ଧ ଭାବେ କାର୍ଯ୍ୟ କରିଆସୁଥିଲା। ସେ ଏକାଧିକ ମୋବାଇଲ ବ୍ୟବହାର କରିବା ସହ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ରହୁଥିଲେ। ଗ୍ୟାଙ୍ଗରେ ଥିବା ଲୋକଙ୍କ ଦ୍ୱାରା ବାଲେଶ୍ୱରରେ ବିଭିନ୍ନ ଅପରାଧ କରୁଥିଲେ। ଶନିବାର ରାତିରେ ତାଙ୍କୁ କଟକ ରେଳଷ୍ଟେଶନ ନିକଟରେ ଠାବ କରାଯାଇ ଗିରଫ କରାଯାଇଥିଲା। ରବିବାର କୋର୍ଟଚାଲାଣ କରାଯାଇଛି। ପାପାଙ୍କୁ ରିମାଣ୍ଡରେ ଆଣିବା ପରେ ତାଙ୍କର ସମସ୍ତ ଗ୍ୟାଙ୍ଗ ଏବଂ ଅପରାଧ ସମ୍ପର୍କରେ ତଥ୍ୟ ମିଳିପାରିବ। ତାଙ୍କଠାରୁ ୧୧ଟି ମୋବାଇଲ ଜବତ ହୋଇଥିବାର ଏସ୍‌ପି କହିଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ତପନ କୁମାର ପଟ୍ଟନାୟକ, ଡିଏସ୍‌ପି ଉମେଶ ପଣ୍ଡା, ସହଦେବଖୁଣ୍ଟା ଥାନାଧିକାରୀ ପରେଶ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri