ଗ୍ୟାରେଜରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିିଗଲା

ବ୍ରହ୍ମପୁର ଅଫିସ,୨୦ା୧୨: ଟାଉନ ଥାନା ଅନ୍ତର୍ଗତ ଗେଟବଜାର ନିକଟ ରେଡ଼ିଓ ଷ୍ଟେଶନ କଡରେ ଥିବା ଏକ ବାଇକ୍‌ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ଗ୍ୟାରେଜ ମାଲିକ ମହେନ୍ଦ୍ର ସାହୁ ବୁଧବାର ରାତିରେ ଦୋକାନ ବନ୍ଦ କରି ଚାଲିଯାଇଥିଲେ। ରାତି ୩ ଟାରେ ଜଣେ ଲୋକ ଗ୍ୟାରେଜରୁ ଧୂଅଁା ବାହାରୁଥିବା ଦେଖି ଅଗ୍ନିଶମ ବିଭାଗ ଓ ମାଲିକ ମହେନ୍ଦ୍ର ସାହୁଙ୍କୁ ଖବର କରିଥିଲେ। ଅଗ୍ନିଶମ କର୍ମଚାରୀ ଦୋକାନ କବାଟ ଭାଙ୍ଗି ନିଅଁାକୁ ଆୟତ୍ତ କରିଥିଲେ। ଦୋକାନ ଭିତରେ ଥିବା ଏଲସିଡି ଟିଭି, ସିସି କ୍ୟାମେରା, ବହୁ ତେଲ ଡବା, ମରାମତି ପାଇଁ ଥିବା କେତେକ ବାଇକ୍‌ ପୋଡି ଯାଇଥିଲା। ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ଏହି ଅଗ୍ନିକାଣ୍ଡରେ ଗ୍ୟାରେଜ ଭିତରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ଯାଇଥିବା ମାଲିକ ମହେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri