Posted inରାଜ୍ୟ

ଗ୍ୟାସ୍‌ ଲିକ୍‌ ହୋଇ ହୋଟେଲରେ ଅଗ୍ନିକାଣ୍ଡ

ରଣପୁର,୧୫।୬(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମୁଖ୍ୟ ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ହୋଟେଲରେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ହୋଟେଲର ୩୦ ହଜାରରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପିତ୍ତି ନଷ୍ଟ ହୋଇଛି । ରଣପୁର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଘଟଣାକୁ ନେଇ ସେଠାରେ କିଛି ସମୟ ପାଇଁ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ପୁରୁଣା ସିଲିଣ୍ଡରରେ ଗ୍ୟାସ୍‌ ଯୋଗାଣ ହେଉଥିବା ଲୋକେ ଅଭିଯୋଗ କରିଥିଲେ। ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରିବାରୁ ଉତ୍ତେଜନା ଥମିଥିଲା ।
ଯେ, ରଣପୁର ଥାନା ଠାରୁ ମାତ୍ର ୩୦୦ ମିଟର ଦୂରରେ ବ୍ୟବସାୟୀ ସଉରି ସାହୁ ତାଙ୍କ ଘର ଆଗରେ ମିଠା ଓ ଜଳଖିଆ ଦୋକାନ କରିଛନ୍ତି। ସେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ବ୍ୟବହାର କରୁଥିଲେ। ରାତ୍ର ସାଢେ ୭ଟାରେ ହଠାତ୍‌ ଗ୍ୟାସ୍‌ ସିଲିଣ୍ଡରରୁ ଗ୍ୟାସ୍‌ ଲିକ୍‌ ହୋଇ ଦୋକାନରେ ନିଆଁ ଲାଗି ଯାଇଥିଲା । ଚାହୁଁ ଚାହୁଁ ନିଆଁ ଚାରି ଆଡକୁ ବ୍ୟାପୀ ଯାଇଥିଲା। ଏହା ଦେଖି ସଉରି ପାଟି କରିଥିଲେ । ତୁରନ୍ତ ଖବର ପାଇ ଦମକଳ ବାହିନୀର ଅଧିକାରୀ ସରୋଜ କୁମାର ଦାସଙ୍କ ସହିତ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ସିଲିଣ୍ଡରରୁ ନିଆଁ ଲିଭାଇବା ସହିତ ଦୋକାନରୁ ନିଆଁ ଲିଭାଇଥିଲେ । ସୂଚନା ଯୋଗ୍ୟ, ରଣପୁର ଅଞ୍ଚଳକୁ ବିଭିନ୍ନ ଗ୍ୟାସ୍‌ କମ୍ପାନୀ ପକ୍ଷରୁ ଘରମାନଙ୍କୁ ଯୋଗାଣ ହେଉଥିବା ଗ୍ୟାସ ସିଲିଣ୍ଡରଗୁଡିକ ବହୁ ବର୍ଷର ପୁରୁଣା । କମ୍ପାନୀମାନେ ଏହାକୁ ନ ବଦଳାଇ ସେହି ପୁରୁଣା ସିଲିଣ୍ଡରରେ ଗ୍ୟାସ୍‌ ପ୍ରଦାନ କରି ବିପଦ ସୃଷ୍ଟି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri