Posted inପୁରୀ

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଜେନା ସାହିର ଦୁଃଖୀ ଜେନାଙ୍କ ଘରେ ପୂର୍ବାହ୍ନ ୧୧ଟାରେ ରୋଷେଇ ଚାଲୁଥିବା ସମୟରେ ହଠାତ୍‌ ଗ୍ୟାସ ରେଗୁଲେଟାରରେ ନିଆଁ ଲାଗିଯାଇଥିଲା। ଭୟରେ ସମସ୍ତ ଘରୁ ବାହାରକୁ ଆସିଯାଇଥିବା ବେଳେ ଅଳ୍ପ ସମୟ ମଧ୍ୟରେ ଗ୍ୟାସ ସିଲିଣ୍ଡର ଫାଟି ଘର ପୋଡିଯିବା ସହ ନଡ଼ିଆ ଗଛରେ ନିଆଁ ଲାଗି ଯାଇଥିଲା। ନିଆଁର ପ୍ରକୋପ ଏତେ ଜୋରରେ ଥିଲା ସଙ୍ଗେ ସଙ୍ଗେ ପଡ଼ୋଶୀ ଧଡୁ ଜେନା, ସନାତନ ଜେନା, ପବନା ଜେନା, ପ୍ରମୋଦ ଚରଣ ଜେନା, ମଞ୍ଜୁ ବେୱା, ଅଜୁ ମଲ୍ଲିକ ଓ ଆଲୋକ ଜେନାଙ୍କ ଚାଳ ଘରଗୁଡିକୁ ଲାଗିଯାଇଥିଲା। ଖବରପାଇ ପିପିଲି ଓ ସାକ୍ଷୀଗୋପାଳରୁ ଦମକଳ ପହଞ୍ଚତ୍ ନିଆଁକୁ ଆୟତ୍ତ କଲାବେଳକୁ ଘରର ସମସ୍ତ ଆସବାବପତ୍ର ସହ ଧାନ, ଚାଉଳ, ସଉଦା ସବୁ ପୋଡିଯାଇଛି। ଘଟଣାସ୍ଥଳେ ବିଧାୟକ ପ୍ରଦୀପ ମହାରଥି ପହଞ୍ଚତ୍ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ଚାଉଳ, ବିସ୍କୁଟ ଓ ପଲିଥିନ ଯୋଗାଇଥିଲେ। ପରେ ପିପିଲି ତହସିଲଦାର ସପନ କୁମାର ନନ୍ଦ, ଆର୍‌ଆଇ ଓ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଓ କ୍ଷୟକ୍ଷତିର ଆକଳନ କରି ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେବା ସହ ପଞ୍ଚାୟତରୁ ରନ୍ଧା ଖାଦ୍ୟ ଦେବା ପାଇଁ କହିଛନ୍ତି। ସେହିପରି ସରପଞ୍ଚ ବାସନ୍ତୀ ବେହେରା, ସମିତିସଭ୍ୟ ସୁମିତ୍ରା ଚଉଁରି, ବିଜୁ ଯୁବ ବାହିନୀ ସଭାପତି ବିଶ୍ୱଜିତ ଦାସ ଓ ସଦାଶିବ ଦାସ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri