ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟଣା: ବାଳକଙ୍କ ମୃତ୍ୟୁ, ଗୁରୁତରଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପରିବାର ପକ୍ଷରୁ ଦାବି

ଓଡଗାଁ,୨।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ହାଡାଝୋଳା ଢିପିସାହିରେ ୨୫ ତାରିଖ ରାତିରେ ଗ୍ୟାସଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ରବିବାର ଅଗ୍ନିକାଣ୍ଡ ଘଟିଥିବା ପରିବାରର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୁଲୁ ଘଟୁଆଳ(୧୧)। ବୁଲୁଙ୍କ ସହିତ ପରିବାରର ଅନ୍ୟ ୩ ଜଣ ଏହି ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତେବେ ସମ୍ପର୍କୀୟ ମେକାନିକ ସମ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଆର୍ଥିକ ଅବସ୍ଥା ଆଦୌ ସ୍ବଚ୍ଛଳ ନ ଥିବାବେଳେ ବୁଲୁଙ୍କ ସହ ପରିବାରର ୩ଜଣ କଟକ ବଡ ମେଡିକାଲରେ ଦୟନୀୟ ଅବସ୍ଥାରେ ଚିକିତ୍ସିତ ହେଉଥିଲେ। ବୁଲୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ମୃତ୍ୟୁ ସହ ଲଢ଼େଇ କରୁଥିବା ପରିବାର ଲୋକେ କହିଛନ୍ତି। ତେବେ ଗୁରୁତରଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପରିବାର ପକ୍ଷରୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri