ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା କରିବା ସହ ଘଟଣାସ୍ଥଳରୁ ମେଡିକାଲକୁ ଯାଇ ଆହତମାନଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଘଟଣା ସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି। ଏମାନଙ୍କ ସହ ବାଲେଶ୍ୱର ବିଧାୟକ ସ୍ବରୂପ ଦାସ, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ବିଜେଡି ମହିଳା ମୋର୍ଚ୍ଚାର ରାଜ୍ୟ ସମ୍ପାଦିକା ସୁବାସିନୀ ଜେନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି।

Share