ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)ଙ୍କୁ ପଚାରି ବୁଝିବା ସହ ମେଡିକାଲ ପରିସରରେ କିପରି ଓ କେଉଁ ପରିସ୍ଥିତିରେ ହଜାର ହଜାର ସାନିଟାରୀ ନାପକିନ ପକାଇ ନଷ୍ଟ କରିଦିଆଗଲା ତାହା ଜାଣିବାକୁ ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି ସୂଚନା ଦେଇଛନ୍ତି। ତେବେ ନଷ୍ଟ ହୋଇଥିବା ସାନିଟାରି ନାପକିନ୍‌ ଖୁସି ଯୋଜନାର ନୁହେଁ ବୋଲି ସିଡିଏମ୍‌ଓ ସଫେଇ ଦେବା ପରେ ଏତେ ସଂଖ୍ୟକ ନାପକିନ କେଉଁଠୁ ଆସିଲା ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନୁଗୋଳର ଅମିତ୍‌ ମୋଦି ନାମକ ଜଣେ ଯୁବକ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏ ନେଇ ଟୁଇଟ୍‌ କରିବାପରେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ଅଡ଼ୁଆ ଆହୁରି ବଢ଼ିଯାଇଛି।
ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ଟ୍ରକ୍‌ ମାଲିକ ସଂଘ ଦ୍ୱାରା ନିର୍ମିତ ସେବା ଭବନର ଠିକ୍‌ ପଛ ପାର୍ଶ୍ୱ ଘରର ଖୋଲା ଅଗଣାରେ ହଜାର ହଜାର ସାନିଟାରି ନାପ୍‌କିନ୍‌ ପଡ଼ିରହି ନଷ୍ଟ ହୋଇଯାଇଛି। ଏ ନେଇ ଖବର ପ୍ରକାଶନ ପରେ ଜିଲାପାଳ ସିଡିଏମ୍‌ଓ ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ଘଟଣା ସମ୍ପର୍କରେ ପଚାରିଥିଲେ। କିନ୍ତୁ ସିଡିଏମ୍‌ଓ ଜିଲାରେ ଖୁସି ଯୋଜନା ଠିକ୍‌ ଠାକ୍‌ ଚାଲିଥିବା ଜିଲାପାଳଙ୍କୁ ସଫେଇ ଦେଇଥିଲେ। ଏପରି କି ପଡ଼ିଥିବା ନାପକିନ ମେଡିକାଲକୁ ଆସୁଥିବା ନାପ୍‌କିନ୍‌ ହୋଇଥାଇପାରେ ବୋଲି ଜିଲାପାଳଙ୍କୁ ସଫେଇ ଦେଇଥିଲେ। ଘଟଣାରେ ତାଳମେଳ ରହୁ ନ ଥିବାରୁ ଏ ନେଇ ଅବଗତ ହେବାକୁ ନିଜେ ଜିଲାପାଳ ଘଟଣାସ୍ଥଳକୁ ଯିବେ ବୋଲି କହିଛନ୍ତି। ଏ ନେଇ ସିଡିଏମ୍‌ଓ ଅମରେନ୍ଦ୍ରନାଥ ମହାନ୍ତିଙ୍କ ମୋବାଇଲ ନଂ ୯୪୩୯୯୮୧୩୩୧କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri