ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଫଳରେ ତାତି, ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ରାଜ୍ୟର ଅନେକ ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ବୁଧବାର ରାତି ସୁଦ୍ଧା ବିଭିନ୍ନ ସ୍ଥାନରେ ବର୍ଷା ପବନ ହୋଇଥିବାବେଳେ ଗୁରୁବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ଆସନ୍ତା ୯ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେତେକ ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ତେଣୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ପାରଳାଖେମୁଣ୍ଡି ଓ ନୟାଗଡ଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଥିବାବେଳେ ଛତ୍ରପୁର ଓ ଟିଟିଲାଗଡ଼ରେ ୩୫.୫ ଡିଗ୍ରୀ, ପୁରୀ ୩୫.୪ ଡିଗ୍ରୀ, ଭୁବନେଶ୍ୱର ୩୫.୨ ଡିଗ୍ରୀ, ଚାନ୍ଦବାଲି ୩୫ ଡିଗ୍ରୀ, ଅନୁଗୁଳ ଓ ଝାରସୁଗୁଡା ୩୪.୭ ଡିଗ୍ରୀ, ବାଲେଶ୍ୱର ୩୪.୬ ଡିଗ୍ରୀ, ଭବାନୀପାଟଣା, ଯାଜପୁର ଓ ଭଦ୍ରକରେ ୩୪.୫ ଡିଗ୍ରୀ ଏବଂ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୨୯ ଡିଗ୍ରୀ ରେକର୍ଡ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?