ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍‌ସୁଲେଟର ଫୁଟିଯାଇଛି। ଫଳରେ ୪ଟାରୁ ଭଞ୍ଜନଗର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଛି। ଲଗାଣ ବର୍ଷା ଯୋଗୁ ଲୋକେ ଅସୁବିଧାର ସମ୍ମୁଖିନ ହୋଇଛନ୍ତି। ସାଉଥ୍‌କୋ କର୍ମଚାରୀ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବାକୁ ଚେଷ୍ଟା ଚଳାଇଛନ୍ତି। ରାତି ୭ଟା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରିନାହିଁ। ଏନେଇ ସାଉଥ୍‌କୋ ସହକାରୀ ନିର୍ବାହୀଯନ୍ତ୍ରୀ ହୃଦୟ ବଲ୍ଲବ ପ୍ରଧାନଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଘଡ଼ଘଡ଼ି ମାରିବା ଯୋଗୁ ଏହି ସମସ୍ୟା ଉପୁଜିଛି। ରାତି ୮ଟା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ କରିବା ପାଇଁ ଚେଷ୍ଟା ଚାଲିଛି। ଅପରପକ୍ଷେ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ସବ୍‌ ଷ୍ଟେସନକୁ ୮ କିମି ଦୁରତ୍ୱ ହୋଇଥିବାବେଳେ ଗୋଟିଏ ହିଁ ୩୩ କେଭି ଲାଇନ ଅଛି। ଉକ୍ତ ଲାଇନରେ ତ୍ରୁଟି ହେଲେ ଲୋକେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହେଉଛନ୍ତି। ବିଗତ ୨ ବର୍ଷ ହେବ ରାସ୍ତା ଉପରେ ୩୩ କେଭି ନୂଆ ଲାଇନ କାମ ଚାଲିଛି। ବିଭିନ୍ନ କାରଣ ଯୋଗୁ ତାହା ମନ୍ଥର ଗତିରେ ଚାଲିଛି। ଉକ୍ତ କାମ ପୂର୍ଣ୍ଣାଙ୍ଗ ହେଲେ ସହରର ବିଦ୍ୟୁତ୍‌ ସମସ୍ୟା ଦୂର ହେବ। ତେଣୁ ଦ୍ୱିତୀୟ ଲାଇନ କାମ ତୁରନ୍ତ ସାରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri