ଘଣ୍ଟାପଡ଼ା ମେଗା ପଏଣ୍ଟରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡ଼ା,୧୯।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ତମ୍ବାସିନା(ଘଣ୍ଟାପଡ଼ା)ରେ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କ ଉନ୍ନତି ପାଇଁ ଏକ ମେଗା ପଏଣ୍ଟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଏଲ୍‌ଏନ୍‌ଟି କମ୍ପାନୀକୁ କାର୍ଯ୍ୟଭାର ଦିଆଯାଇଥିଲା। ଗତ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ କଣ୍ଟାମାଳରେ ପାଇପ ଯୋଗେ ପାଣି ବିଲକୁ ଯିବାର ଶୁଭ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନର ବର୍ଷକ ପରେ ବି ବିଲକୁ ପାଣି ଯାଇପାରିଲା ନାହିଁ। ବିଳମ୍ବିତ ବର୍ଷା ଯୋଗୁ ବାରମ୍ବାର ଚାଷୀମାନେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସତ୍ତ୍ୱେ ପାଣି ପାଇ ନ ପାରିବାର ଅଞ୍ଚଳର ଶତାଧିକ ଚାଷୀ ଶୁକ୍ରବାର ମେଗା କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ବିଭାଗୀୟ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିନାହାନ୍ତି। ଏହି ବିକ୍ଷୋଭରେ ଘଣ୍ଟାପଡ଼ା, କୁନାସିଲା, ଗଦ୍‌ଗୁଭା, ନାରଣପାଲି, ତାଲବେଡ଼ା, କୋଡିବାହାଲ, ତେନ୍ତୁଳିଖୁଣ୍ଟି, ପୋଡ଼ାପଦର, ଲଣ୍ଡାପଦରର ଶତାଧିକ ଚାଷୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri