ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ, ବୁଧବାର ଅପରାହ୍ନରୁ ସନ୍ଧ୍ୟା ଭିତରେ ଦୀଘା-ହାତିଆ ମଝିରେ ଥିବା ସୁନ୍ଦରବନରେ ସ୍ଥଳଭାଗ ଛୁଇଁବ ବାତ୍ୟା। ଫଳରେ ଉତ୍ତର ଓ ଉପକୂଳ ଉଡ଼ିଶାରେ ପ୍ରବଳ ବର୍ଷା ହେବ। ୧୧୦ରୁ ୧୨୦ କିମି ବେଗରେ ପବନ ବହିବ। ସ୍ଥଳ ବିଶେଷରେ ୧୩୫ କିମି ହୋଇପାରେ। ଏ ନେଇ କିଛି ଜିଲାରେ ଲୋକଙ୍କୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଜପତିରେ ଭୂସ୍ଖଳନ ଆଶଙ୍କାରେ କିଛି ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଓଡ଼ିଶା ଉପକୂଳରେ ଆକସ୍ମିକ ଜୁଆର ମାଡ଼ିବା ସମ୍ଭାବନା ନାହିଁ। ଏଯାବତ୍‌ ମୋଟ ୧୩ଟି ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ୍‌ ଟିମ୍‌ ନିୟୋଜିତ କରାଯାଇଛି। ଆମପାଖରେ ୫ଟି ଏନ୍‌ଡିଆର୍‌ଏଫ୍‌ ଓ ୫ଟି ଓଡ୍ରାଫ୍‌ ଟିମ୍‌ ରିଜର୍ଭ ରହିଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ଜଳ ସମ୍ପଦ, ପୂର୍ତ୍ତ, ଶକ୍ତି ବିଭାଗକୁ ନେଇ ରାପିଡ୍‌ ରେସପନ୍ସ ଟିମ୍‌ ଗଠିତ ହୋଇଛି। ପାନୀୟ ଜଳ ଯୋଗାଣ ପାଇ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଆଜି ସଂନ୍ଧ୍ୟା ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତରଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ପରିସ୍ଥିତି ଦେଖି ଲୋକଙ୍କୁ ସତର୍କ ମେସେଜ ଦିଆଯିବ। ସାଇରନ ବାଜିବ ବୋଲି ଏସ୍‌ଆରସି ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri