Posted inଭଦ୍ରକ

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ସେମାନେ ଜିଲା ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ଏହାପରେ ପ୍ରଶାସନର ଚେତା ପଶିଛି। ଶୁକ୍ରବାର ଘଣ୍ଟେଶ୍ୱର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନୂଆ ଡାକ୍ତର ଯୋଗ ଦେଇଛନ୍ତି। ଘଣ୍ଟେଶ୍ୱର ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇଛି। ନୂଆ ଡାକ୍ତର ରାକେଶ ରଞ୍ଜନ ପାଢ଼ୀଙ୍କୁ ଅଞ୍ଚଳବାସୀ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି। ଏଥିପାଇଁ ଘଣ୍ଟେଶ୍ୱର ଅଞ୍ଚଳବାସୀଙ୍କ ପକ୍ଷରୁ ଆନ୍ଦୋଳନରେ ନେତୃତ୍ୱ ନେଉଥିବା ଯୁବଗୋଷ୍ଠୀଙ୍କୁ ସାଧୁବାଦ ଜଣାଯାଇଛି।
ପ୍ରାୟ ୧୦ବର୍ଷ ଧରି ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ପଦବୀ ଖାଲି ପଡ଼ିଥିଲା। କିଏ କେବେ ଡେପୁଟେଶନରେ ଆସୁଥିଲେ ଓ ଫେରି ଯାଉଥିଲେ କାହାରିକୁ ଜଣା ନ ଥିଲା। ଏହି ଅଞ୍ଚଳର ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରନ୍ତି। ଉଲ୍ଲେଖନୀୟ ଯେ, ଡାକ୍ତର ନିଯୁକ୍ତି ପାଇଁ ଏହି ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ଯୁବଗୋଷ୍ଠୀ ଦସ୍ତଖତ ଅଭିଯାନଠାରୁ ଆରମ୍ଭ କରି ଦାବିପତ୍ର ପ୍ରଦାନ କରିଥିଲେ। ଏ ସମ୍ପର୍କରେ ଜିଲାପାଳଙ୍କଠାରୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତଙ୍କୁ ଅବଗତ କରାଇଥିଲେ। କୌଣସି ପଦକ୍ଷେପ ନିଆ ନ ଯିବାରୁ ପ୍ରାୟ ୫୦ଜଣ ଯୁବତୀ ଯୁବକ ଘଣ୍ଟେଶ୍ୱରଠାରୁ ଚାଲି ଚାଲି ଆସି ପ୍ରଶାସନକୁ ଜଣାଇଥିଲେ। ଜିଲା ଚିକିତ୍ସାଧିକାରୀଙ୍କ ଅଫିସ୍‌ ଆଗରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଧାରଣାରେ ବସିରହିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ନୂଆ ଡାକ୍ତର ନିଯୁକ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri