Posted inଜାତୀୟ

ଘନେଇଲା କମଲନାଥଙ୍କ ସଙ୍କଟ

ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍‌ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍‌.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବି ଦଳ ତାଙ୍କୁ କୋଣଠେସା କରିଆସୁଛି ବୋଲି ସେ ପତ୍ର ମାଧ୍ୟମରେ ଦର୍ଶାଇଛନ୍ତି। ସରକାର ଦୁର୍ନୀତିରେ ବୁଡ଼ି ରହିଥିବାବେଳେ କୌଣସି ମନ୍ତ୍ରୀ କାମ କରିବାକୁ ଆଗ୍ରହୀ ନ ଥିବା ସେ ପତ୍ରରେ ଉଲ୍ଲେଖ କରିଛନ୍ତି। ମଙ୍ଗଳବାର ଭାଜପା ୧୦ ବିଧାୟକଙ୍କୁ ଅପହରଣ କରି ନେଇଥିବା ଅଭିଯୋଗ କରାଯାଇଥିବା ବେଳେ ହରଦୀପ ସେମାନଙ୍କ ମଧ୍ୟରୁ ଅନ୍ୟତମ। ଦିଲ୍ଲୀ ନିକଟସ୍ଥ ଗୁରଗାଓଁସ୍ଥିତ ହୋଟେଲରୁ ୬ ବିଧାୟକଙ୍କୁ କଂଗ୍ରେସ ଫେରାଇ ଆଣିବାରେ ସଫଳ ହୋଇଥିବା ବେଳେ ଭାଜପା କମଲନାଥ ସରକାରକୁ ଭାଙ୍ଗିବାକୁ ପ୍ରୟାସ କରୁଥିବା ଅଭିଯୋଗ କରାଯାଇଛି। ଏବେ ବି ବିଧାୟକ ରଘୁରାଜ କଂସନା, ବିସାହୁଲାଲ୍‌ ସିଂ ଓ ସ୍ବାଧୀନ ବିଧାୟକ ଶେରା ଭୈୟା ନିଖୋଜ ଅଛନ୍ତି। ୧୪ ବିଧାୟକଙ୍କୁ କରାୟତ କରିବା ଲାଗି ଭାଜପା ଘୋଡ଼ାବେପାର ଆରମ୍ଭ କରିଥିବା କଂଗ୍ରେସ ନେତା ରଣଦୀପ ସୁର୍‌ଜଓ୍ବୋଲା ଅଭିଯୋଗ କରିଥିବାବେଳେ ଭାଜପା ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। କଂଗ୍ରେସ ଉପରେ ଖପ୍ପା ହୋଇ ବିଧାୟକମାନେ ଦଳ ଛାଡ଼ୁଥିବା ଭାଜପା ନେତା ନରୋତ୍ତମ ମିଶ୍ର ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ମଧ୍ୟପ୍ରଦେଶରେ ମୋଟ ୨୩୦ ଆସନ ମଧ୍ୟରୁ କଂଗ୍ରେସକୁ ୧୧୪, ଭାଜପାକୁ ୧୦୭ ଆସନ ମିଳିଥିଲା। ବିଏସ୍‌ପି, ଏସ୍‌ପି ଓ ସ୍ବାଧୀନ ବିଧାୟକଙ୍କ ସମର୍ଥନରେ କଂଗ୍ରେସ ସରକାର ଗଠନ କରିଥିଲା। ଅନ୍ୟପକ୍ଷରେ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଘୋଡ଼ାବେପାର ଲାଗି ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସମେତ ଭାଜପା ନେତା ନରୋତ୍ତମ ମିଶ୍ର, ସଞ୍ଜୟ ପାଠକ, ବିଶ୍ୱାସ ସାରଙ୍ଗ, ଭୁପେନ୍ଦ୍ର ସିଂଙ୍କୁ ଘୋଡ଼ାବେପାର ପାଇଁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri