ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍ଗେଟ୍ ନିକଟରେ ମୃତ୍ୟୁ ଘଟିଛି। ତାଙ୍କ ନାମ ଧୁବେଇ ମହାନ୍ତି (୫୬) ଓ ଘର ପୁରୀ ଜିଲା କାକଟପୁର ଅଞ୍ଚଳ ଟିକରପଡ଼ା ଗାଁରେ।
ସେ କୋଲକାତାରେ ରହି କାର୍ଯ୍ୟ କରୁଥିଲେ। ଲକ୍ଡାଉନ ଯୋଗୁ ସେ ୨ମାସ ଧରି ସେଠାରେ ଅଟକି ଯାଇଥିଲେ। ଶୁକ୍ରବାର ସେ କୋଲକତା-ସୋନାକଣିଆ ବସ୍ରେ ଫେରିଥିଲେ। ସେ ବସ୍ଷ୍ଟାଣ୍ଡରୁ ଓହ୍ଲାଇ ଦ୍ୱିପ୍ରହର ସମୟରେ ୬୦ନଂ. ଜାତୀୟ ରାଜପଥକୁ ନିଜର ଆସବାବପତ୍ର ଧରି ଚାଲି ଚାଲି ଆସିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ସେ ହଠାତ୍ ରାସ୍ତାରେ ପଡ଼ିଯାଇଥିଲେ। ତାଙ୍କର କପାଳର ଡାହାଣପଟେ ଏକ କ୍ଷତ ସୃଷ୍ଟି ହୋଇ ରକ୍ତ ଝରୁଥିବା ଦେଖିବାକୁ ମିଳିଥିଲା। ସେଠାରେ ଥିବା ଲୋକେ ତାଙ୍କୁ ପାଣି ଦେଇଥିଲେ ମଧ୍ୟ ସେ ଅଚେତ ହୋଇପଡିଥିଲେ। ଖବର ପାଇ ଜଳେଶ୍ୱର ପୋଲିସ୍ ପହଞ୍ଚତ୍ ତୁରନ୍ତ ତାଙ୍କୁ ହସ୍ପିଟାଲ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ଅଂଶୁଘାତଜନିତ ମୃତ୍ୟୁ କି ହୃଦଘାତଜନତ୍ ତାହା ଜଣାପଡିନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ମିଳିପାରିବ ବୋଲି ପୋଲିସ୍ କହିଛି। ଏ ସମ୍ପର୍କରେ ତାଙ୍କ ପରିବାରବର୍ଗଙ୍କୁ ଖବର ଦିଆଯାଇଛି। ସମ୍ପର୍କୀୟମାନେ ଆସିବା ପରେ ବ୍ୟବଚ୍ଛେଦ ହେବ ବୋଲି ପୋଲିସ୍ କହିଛି।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର View All
ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…
ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…
୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…
ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…
ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…
ସ୍କ୍ରବ୍ ଟାଇଫସ୍କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…
ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍ ଜାଣିଲେ…
ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…
ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…
ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…
ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ
ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

