ଘରକୁ ଫେରିଲେ ରାଜସ୍ଥାନରେ ଫସି ରହିଥିବା ୧୦ ବର୍ଷର ଛାତ୍ର

ଡେରାବିଶ, ୨୨।୫(ସ୍ବ.ପ୍ର.): ଲକ୍‌ଡାଉନ୍‌ ଯୋଗୁ ରାଜସ୍ଥାନର ଝୁନ୍‌ଝୁନ୍‌ ସ୍ଥିତ ଡିଫେନ୍ସ ପବ୍ଲିକ ସିନିୟର ସେକେଣ୍ଡାରୀ ସ୍କୁଲରେ ଚତୁର୍ଥ ଶ୍ରେଣୀରେ ଅଧ୍ୟୟନ କରୁଥିବା ଡେରାବିଶ ବ୍ଳକ ଇନ୍ଦାଳୋ ପଞ୍ଚାୟତ ନାନକାର ଗ୍ରାମର ୧୦ ବର୍ଷର ଛାତ୍ର ଶୁଭଙ୍କର ବିଶ୍ୱାଳ ସେଠାରେ ଫସି ରହିଥିଲେ। ବାପା କ୍ଷିରୋଦ ବିଶ୍ୱାଳ ଜମ୍ମୁ କଶ୍ମୀର ସୀମାରେ ସୀମା ସୁରକ୍ଷା ବଳରେ ସୈନିକ ଭାବେ କାର୍ଯ୍ୟରତ ା ଏହି ସମୟରେ ଶୁଭଙ୍କରର ହଷ୍ଟେଲ ବନ୍ଦ ହୋଇଯିବା ପରେ ଶୁଭଙ୍କର ନିଜ ଘରକୁ ଫେରିବା ନେଇ ଅନିଶ୍ଚିତତା ଲାଗି ରହିଥିଲା। ଏଭଳି ସମୟରେ ଗାଁରେ ରହୁଥିବା ଶୁଭଙ୍କରଙ୍କ ପରିବାର ପାଟକୁରା ଜିଲାପାଳଙ୍କୁ ଛାତ୍ରଙ୍କୁ ଆଣିବା ପାଇଁ ପ୍ରଶାସନିକ ସ୍ତରରେ ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ । ଜିଲାପାଳ ସମର୍ଥ ବର୍ମା ଏଥିପାଇଁ ଏକ ପାସ୍‌ ସମ୍ପୃକ୍ତ ପରିବାରଙ୍କୁ ଦେଇଥିଲେ। ଗାଁରେ ଥିବା କ୍ଷିରୋଦଙ୍କ କାର୍‌ ନେଇ ତାଙ୍କ ପରିବାର ଲୋକ ଶୁଭଙ୍କରଙ୍କୁ ଗୁରୁବାର ନିଜ ଗ୍ରାମରେ ପହଂଚିଛନ୍ତି । ବର୍ତମାନ ଶୁଭଙ୍କର ନିଜ ଘରେ ସଙ୍ଗରୋଧରେ ରହିଛି। ଖବର ପାଇ ବିଧାୟିକାଙ୍କ ପ୍ରତିନିିଧି ସଂଜୟ ଅଗ୍ରୱାଲ୍‌ ଶୁଭଙ୍କରଙ୍କୁ ଭେଟି ତାର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏ ନେଇ ଶୁଭଙ୍କରଙ୍କ ମା’ ଭାରତୀ ବିଶ୍ୱାଳ ଓ ଇନ୍ଦାଳୋ ସରପଞ୍ଚ ରଶ୍ମିତା ଜେନା, ବିଧାୟିକା ଅଗ୍ରୱାଲ୍‌ ଓ ଜିଲ୍ଲାପାଳଙ୍କୁ କୃତଜ୍ଞତା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri