Posted inଜାତୀୟ

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଶୁକ୍ରବାର ସକାଳ ସାଢ଼େ ୬ଟାରେ ଔରଙ୍ଗାବାଦ-ଜାଲନା ରେଲଓ୍ବେ ଲାଇନ୍‌ ଉପରେ ଘଟିଥିବା ସୂଚନା ରହିିଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ରେଳମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ୧୮ଜଣ ଶ୍ରମିକ ମଧ୍ୟପ୍ରଦେଶରେ ହୋଇଥିବା ବେଳେ ମହାରାଷ୍ଟ୍ରର ଏକ ଷ୍ଟିଲ ଫ୍ୟାକ୍ଟ୍ରିରେ ସେମାନେ କାମ କରୁଥିଲେ। କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ଫ୍ୟାକ୍ଟ୍ରିରେ କାମଧନ୍ଦା ବନ୍ଦ ହୋଇଯାଇଛି। ଫଳରେ ଶ୍ରମିକଙ୍କ ପାଖରେ ଟଙ୍କା ନ ଥିବା ସହ ଅନ୍ୟାନ୍ୟ ଅସୁବିଧା ଯୋଗୁ ସେମାନେ ନିଜ ରାଜ୍ୟକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ଲକ୍‌ଡାଉନ ଯୋଗୁ ଯାତାୟାତର ସମସ୍ତ ସାଧନ ବନ୍ଦ ଥିବାରୁ ସେମାନେ ଚାଲିଚାଲି ଔରଙ୍ଗାବାଦ ଷ୍ଟେସନକୁ ଯାଉଥିଲେ। କାରଣ ମଧ୍ୟପ୍ରଦେଶ ପାଇଁ ଔରଙ୍ଗାବାଦରୁ ଟ୍ରେନ୍‌ ଚଳାଚଳ କରୁଥିଲା। ଏଥିପାଇଁ ଉକ୍ତ ଶ୍ରମିକମାନେ ଜାଲନାରୁ ଟ୍ରେନ୍‌ ଟ୍ରାକ୍‌ ଉପରେ ଚାଲି ଚାଲି ଯାଉଥିଲେ। ତେବେ ବିଶ୍ରାମ ନେବା ପାଇଁ ରାତିରେ ଟ୍ରାକ୍‌ ଉପରେ ଶୋଇଥିବା ଶ୍ରମିକଙ୍କ ଉପରକୁ ସକାଳେ ଏକ ମାଲ୍‌ଗାଡ଼ି ଚଢ଼ିଯାଇଥିଲା। ଫଳରେ ଶ୍ରମିକଙ୍କ ନିଦ୍ରା ଶେଷନିଦ୍ରା ପାଲିଟିଯାଇଥିଲା। ଘଟଣାସ୍ଥଳରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ରେଲଓ୍ବେ ଅଧିକାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ହସ୍ପିଟାଲକୁ ପଠାଇଥିଲେ। ଏଥିସହ ଟ୍ରାକ୍‌ ଉପରେ ମୃତଦେହକୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri