Posted inଜାତୀୟ

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଶୁକ୍ରବାର ସକାଳ ସାଢ଼େ ୬ଟାରେ ଔରଙ୍ଗାବାଦ-ଜାଲନା ରେଲଓ୍ବେ ଲାଇନ୍‌ ଉପରେ ଘଟିଥିବା ସୂଚନା ରହିିଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ରେଳମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ୧୮ଜଣ ଶ୍ରମିକ ମଧ୍ୟପ୍ରଦେଶରେ ହୋଇଥିବା ବେଳେ ମହାରାଷ୍ଟ୍ରର ଏକ ଷ୍ଟିଲ ଫ୍ୟାକ୍ଟ୍ରିରେ ସେମାନେ କାମ କରୁଥିଲେ। କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ଫ୍ୟାକ୍ଟ୍ରିରେ କାମଧନ୍ଦା ବନ୍ଦ ହୋଇଯାଇଛି। ଫଳରେ ଶ୍ରମିକଙ୍କ ପାଖରେ ଟଙ୍କା ନ ଥିବା ସହ ଅନ୍ୟାନ୍ୟ ଅସୁବିଧା ଯୋଗୁ ସେମାନେ ନିଜ ରାଜ୍ୟକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ଲକ୍‌ଡାଉନ ଯୋଗୁ ଯାତାୟାତର ସମସ୍ତ ସାଧନ ବନ୍ଦ ଥିବାରୁ ସେମାନେ ଚାଲିଚାଲି ଔରଙ୍ଗାବାଦ ଷ୍ଟେସନକୁ ଯାଉଥିଲେ। କାରଣ ମଧ୍ୟପ୍ରଦେଶ ପାଇଁ ଔରଙ୍ଗାବାଦରୁ ଟ୍ରେନ୍‌ ଚଳାଚଳ କରୁଥିଲା। ଏଥିପାଇଁ ଉକ୍ତ ଶ୍ରମିକମାନେ ଜାଲନାରୁ ଟ୍ରେନ୍‌ ଟ୍ରାକ୍‌ ଉପରେ ଚାଲି ଚାଲି ଯାଉଥିଲେ। ତେବେ ବିଶ୍ରାମ ନେବା ପାଇଁ ରାତିରେ ଟ୍ରାକ୍‌ ଉପରେ ଶୋଇଥିବା ଶ୍ରମିକଙ୍କ ଉପରକୁ ସକାଳେ ଏକ ମାଲ୍‌ଗାଡ଼ି ଚଢ଼ିଯାଇଥିଲା। ଫଳରେ ଶ୍ରମିକଙ୍କ ନିଦ୍ରା ଶେଷନିଦ୍ରା ପାଲିଟିଯାଇଥିଲା। ଘଟଣାସ୍ଥଳରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ରେଲଓ୍ବେ ଅଧିକାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ହସ୍ପିଟାଲକୁ ପଠାଇଥିଲେ। ଏଥିସହ ଟ୍ରାକ୍‌ ଉପରେ ମୃତଦେହକୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri