ଘରକୁ ବାହୁଡ଼ିଲେ ତୁଫାନୀ

ଢେଙ୍କାନାଳ ଅଫିସ, ୨।୧୧

ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, ତୁଫାନୀଙ୍କ ପୈତୃକ ଗ୍ରାମ ବିହାରର ସୋହା ଜିଲାରେ। ଦୀର୍ଘ ୯ମାସ ତଳେ ସେ ନିଖୋଜ ହୋଇଯାଇଥିଲେ। ଗତ ଦୀପାବଳିରେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ତାଙ୍କୁ ଉଦ୍ଧାର କରାଯାଇଥିଲା। ପୋଲିସ ସହାୟତାରେ ତାଙ୍କୁ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମରେ ଥଇଥାନ କରାଯାଇଥିଲା। ସୂଚନା ପାଇ ତୁଫାନୀଙ୍କ ପୁଅ ମହମ୍ମଦ ଜାହିର, ସ୍ତ୍ରୀ ସୁବେଦା ଏବଂ ଅନ୍ୟ ପରିବାର ସଦସ୍ୟ ଶୁକ୍ରବାର ଜରାଶ୍ରମରେ ପହଞ୍ଚତ୍ଥିଲେ। ଅପରାହ୍ନ ୨ଟାରେ ଟ୍ରେନ୍‌ରେ ସମସ୍ତେ ଘର ଅଭିମୁଖେ ବାହୁଡ଼ିଛନ୍ତି।
ମହମ୍ମଦଙ୍କ କହିବା କଥା, ବାପା ତୁଫାନୀ ହେଉଛନ୍ତି ସୋହାର ଜଣେ ଓ୍ବାର୍ଡ ସଦସ୍ୟ। ଗତ ଫେବୃୟାରୀରେ ନୂଆଦିଲ୍ଲୀର ଆନନ୍ଦ ବିହାର ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ଏହାପରେ ସେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଖୋଜିବା ପାଇଁ ବିଭିନ୍ନ ଥାନା ଏବଂ ଜରାଶ୍ରମକୁ ଯୋଗାଯୋଗ କରାଯାଇଥିଲା। ମହର୍ଷି ଦୟାନନ୍ଦ ସର୍ଭିସ ମିଶନର ସମ୍ପାଦକ ପ୍ରଦୀପ ସାହୁଙ୍କ ଉଦ୍ୟମରେ ବାପାଙ୍କ ସମ୍ପର୍କରେ ଜଣାପଡ଼ିଥିଲା। ପରିବାର ଲୋକଙ୍କ ସହ ମିଶିବା ପରେ ତୁଫାନୀ ଭାବବିହ୍ବଳ ହୋଇପଡ଼ିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?