ଘରଘର ବୁଲି କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ

ଭବାନୀପାଟଣା,୧୭ା୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନଓ୍ବାଡି କର୍ମୀ। ସେମାନେ ଘରଘର ବୁଲି ସଚେତନତାର ବାର୍ତ୍ତା ଦେଉଛନ୍ତି। ଏପରିକି ରାଜ୍ୟ ଓ ଦେଶ ବାହାରୁ ଆସିଥିବା ବ୍ୟକ୍ତିଙ୍କ ଘର ସମ୍ମୁଖକୁ ଯାଇ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ଏଭଳି ଦେଖିବାକୁ ମିଳିଛି କାଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ପାଇକବୋରୀ ଗାଁରେ। ପାଇକବୋରୀ ଗାଁର ଅଙ୍ଗନଓ୍ବାଡି କର୍ମୀ ଚଞ୍ଚଳା ସାହୁ ତାଙ୍କ ଅଧୀନରେ ଥିବା ବିଭିନ୍ନ ଗାଁକୁ ଯାଇ ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଉଛନ୍ତି । ମାସ୍କ ଲଗାଇବା, ଗାଁରେ ତାସ ନ ଖେଳିବା, କ୍ରିକେଟ ଓ ବିଭିନ୍ନ ସଂଗରୋଧ ଖେଳକୁ ବର୍ତ୍ତମାନ ପରିସ୍ଥିତିରେ ବନ୍ଦ କରିବା ପାଇଁ ପରାମର୍ଶ ଦେଇଛନ୍ତି। ସେହିପରି ଲାଞ୍ଜିଗଡ଼ ବ୍ଲକର ୧୬୩ ଜଣ ଅଙ୍ଗନଓ୍ବାଡ଼ି କର୍ମୀ ଓ ୫୦ ଜଣ ମିନି ଅଙ୍ଗନଓ୍ବାଡ଼ି କର୍ମୀ ବିଭିନ୍ନ ଗାଁକୁ ଯାଇ ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ କରାଇବା ସହ ସେମାନଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି। ଏଥିରେ ଲାଞ୍ଜିଗଡ଼ ସିଡିପିଓ କୁସୁମ କୁମାରୀ ପ୍ରହରାଜ ଏବଂ ବିଭିନ୍ନ ସେକ୍ଟରରେ ରହିଥିବା ସୁପରଭାଇଜରମାନେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri