ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି ଲାଗୁ କରିବା ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ସେହିପରି ଦୀଘ ଦଶନ୍ଧି ଧରି ବସବାସ କରି ଆସୁଥିବା ବେଲପଡା ଗାଁର ୮୫ ପରିବାରକୁ ଘରଡିହ ପ୍ରଦାନ ଓ ଜାକମ ଗାଁକୁ ବିଦ୍ୟୁତ ସଂଯୋଗୀକରଣ ଦାବି କରାଯାଇଥିଲା। ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦିଆଯାଇଛି।

ପରେ ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଥିଲା। ବିକ୍ଷୋଭ ସମାବେଶରେ ସିପିଆଇ ପୂର୍ବତନ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ଜଗଦୀଶ ଦୁର୍ଗା, ଜୁନାଗଡ଼ ଜୋନ ସମ୍ପାଦକ ବାନାମ୍ବର ମେହେର, ମାଧବ ଚନ୍ଦ୍ର ସାହୁ, ଜିଲା ପରିଷଦ ବଡ ଜାଲ, ହିମାଂଶୁ ନାଏକ, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମୋଦର ବେହେରା, କଲମପୁର ଶାଖା ସମ୍ପାଦକ ଯଶୋବନ୍ତ ବେମାଲ ପ୍ରମୁଖ ସାମିଲ ଥିଲେ। ପୂର୍ବରୁ ସିପିଆଇ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri