ଘରପୋଡ଼ି ମାମଲାରେ ଯୁବକଙ୍କୁ ୮ବର୍ଷ ଜେଲ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ଜିଲା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନସ କୁମାର ପଣ୍ଡା ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ଏକ ଘରପୋଡ଼ି ମାମଲାର ବିଚାର କରି ଜଣେ ଯୁବକଙ୍କୁ ୮ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଯୁବକ ଜଣକ ହେଲେ ଦଶପଲ୍ଲା ଥାନା କରଡ଼ାପଦା ଗ୍ରାମର ଶଙ୍କର ନାୟକ। ମାମଲାର ବିବରଣୀରୁ ପ୍ରକାଶ ଯେ, ୧୧ ଫେବୃୟାରୀ ୨୦୧୮ ଅପରାହ୍ନ ୩ଟା ସମୟରେ ଶଙ୍କର ଏକ ଫାର୍ଶା ଧରି ଗ୍ରାମରେ ଆତଙ୍କ ସୃଷ୍ଟି କରିଥିଲେ। ଫାର୍ଶା ସାହାଯ୍ୟରେ ସେ କିଛି ଲୋକଙ୍କ ଘର ଆଗରେ ଥିବା ଖୁଣ୍ଟି ଓ ଘର ଉପରେ ପଡ଼ିଥିବା ଆଜେବେଷ୍ଟସ୍‌ ଭାଙ୍ଗି ଦେଇଥିଲେ। ଗ୍ରାମବାସୀ ଏହାକୁ ବିରୋଧ କରିବାରୁ ଶଙ୍କର ସେମାନଙ୍କୁ ଧମକାଇବା ସହିତ ଫାର୍ଶାରେ ଆକ୍ରମଣ କରିଥିଲେ। ପରେ ସେ ୩ରୁ ୪ଜଣଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଏଥିରେ ସେମାନଙ୍କ ଘର ପୋଡ଼ି ଯିବା ସହିତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ଏ ନେଇ ଗୋପୀନାଥ ନାୟକ ଦଶପଲ୍ଲା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୨୫/୧୮ରେ ଏକ ମାମଲା ରୁଜୁ କରି ଶଙ୍କର ବିରୋଧରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲା। ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ସାକ୍ଷୀମାନଙ୍କ ବୟାନଙ୍କୁ ଭିତ୍ତି କରି ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପଣ୍ଡା ଉପରୋକ୍ତ ଦଣ୍ଡାଦେଶ ଶୁଣାଣି କରିଥିଲେ। ସରକାରୀ ଓକିଲ ଅମିୟ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri