ଘରପୋଡ଼ି ମାମଲାରେ ଯୁବକଙ୍କୁ ୮ବର୍ଷ ଜେଲ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ଜିଲା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନସ କୁମାର ପଣ୍ଡା ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ଏକ ଘରପୋଡ଼ି ମାମଲାର ବିଚାର କରି ଜଣେ ଯୁବକଙ୍କୁ ୮ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଯୁବକ ଜଣକ ହେଲେ ଦଶପଲ୍ଲା ଥାନା କରଡ଼ାପଦା ଗ୍ରାମର ଶଙ୍କର ନାୟକ। ମାମଲାର ବିବରଣୀରୁ ପ୍ରକାଶ ଯେ, ୧୧ ଫେବୃୟାରୀ ୨୦୧୮ ଅପରାହ୍ନ ୩ଟା ସମୟରେ ଶଙ୍କର ଏକ ଫାର୍ଶା ଧରି ଗ୍ରାମରେ ଆତଙ୍କ ସୃଷ୍ଟି କରିଥିଲେ। ଫାର୍ଶା ସାହାଯ୍ୟରେ ସେ କିଛି ଲୋକଙ୍କ ଘର ଆଗରେ ଥିବା ଖୁଣ୍ଟି ଓ ଘର ଉପରେ ପଡ଼ିଥିବା ଆଜେବେଷ୍ଟସ୍‌ ଭାଙ୍ଗି ଦେଇଥିଲେ। ଗ୍ରାମବାସୀ ଏହାକୁ ବିରୋଧ କରିବାରୁ ଶଙ୍କର ସେମାନଙ୍କୁ ଧମକାଇବା ସହିତ ଫାର୍ଶାରେ ଆକ୍ରମଣ କରିଥିଲେ। ପରେ ସେ ୩ରୁ ୪ଜଣଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଏଥିରେ ସେମାନଙ୍କ ଘର ପୋଡ଼ି ଯିବା ସହିତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ଏ ନେଇ ଗୋପୀନାଥ ନାୟକ ଦଶପଲ୍ଲା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୨୫/୧୮ରେ ଏକ ମାମଲା ରୁଜୁ କରି ଶଙ୍କର ବିରୋଧରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲା। ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ସାକ୍ଷୀମାନଙ୍କ ବୟାନଙ୍କୁ ଭିତ୍ତି କରି ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପଣ୍ଡା ଉପରୋକ୍ତ ଦଣ୍ଡାଦେଶ ଶୁଣାଣି କରିଥିଲେ। ସରକାରୀ ଓକିଲ ଅମିୟ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri