ଘରବାହୁଡାଙ୍କ ନାମ ପଞ୍ଜିକରଣ ପାଇଁ ପଞ୍ଚାୟତରେ ଭିଡ଼

ଆନନ୍ଦପୁର,୨୫। ୪(ସ୍ବ.ପ୍ର.)-ଘରବାହୁଡାଙ୍କ ପାଇଁ ପ୍ରତ୍ୟେକ ପଞ୍ଚାୟତ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ନାମ ପଞ୍ଜିକରଣ ବାଧ୍ୟତାମୂଳକ ହୋଇଥିବାରୁ ଆନନ୍ଦପୁର ବ୍ଲକ ବାଉଁଶଗଡ ପଞ୍ଚାୟତରେ ଭିଡ ପରିଲକ୍ଷିତ ହୋଇଛି। ବହୁ ସଂଖ୍ୟାରେ ଲୋକ ନିଜ ଅଞ୍ଚଳରେ କାମ ନ ପାଇ ବାହାର ରାଜ୍ୟରେ ରହି କାମଧନ୍ଦା କରି ପରିବାର ଭରଣ ପୋଷଣ କରିଆସୁଥିଲେ। କୋଭିଡ-୧୯ର କଟକଣା ପାଇଁ ବାହାର ରାଜ୍ୟରେ ରହୁଥିବା ଲୋକମାନେ ନିଜ ଘରକୁ ଫେରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାରୀ ସ୍ତରରେ ନାମ ପଞ୍ଜିକରଣ କରିବା ପାରେ ବାହାର ରାଜ୍ୟରେ ରହୁଥିବା ଲୋକମାନେ ଘରକୁ ଫେରିବା ସହଜ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରିବାରବର୍ଗଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଛି। ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଦ୍ୱାରା ନାମ ପଞ୍ଜିକରଣ ବ୍ୟବସ୍ଥା କରିଥିବାରୁ ଲୋକାମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ବାଉଁଶଗଡ ପଞ୍ଚାୟତରେ ୪୦୦ରୁ ଊର୍ଦ୍ଧ୍ୱ ଅଧିବାସୀ କଲିକତା, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବାଙ୍ଗାଲୋର ଆଦି ଅଞ୍ଚଳରେ ରହି କାମଧନ୍ଦା କରୁଛନ୍ତି। ମେ’ ୩ ତାରିଖରେ ଲକ୍‌ଡାଉନ୍‌ କଟକଣା ସରିବା ପରେ ସେମାନେ ନିଜ ଘରକୁ ଫେରିବେ। ହେଲେ ସରକାରଙ୍କ ବିଧିବ୍ୟବସ୍ଥା ଅନୁଯାୟୀ ନାମ ପଞ୍ଜିକରଣ ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ ରଖିବାର ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ପଞ୍ଚାୟତରେ ଏକ ୫୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ହଲ ସରକାରୀ ଆଶ୍ରମ ବିଦ୍ୟାଳୟରେ କରାଯାଇଛି। ଏହା ବ୍ୟତୀତ ଆଉ ଏକ ୫୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ହଲ କରାଯିବ ବୋଲି ସରପଞ୍ଚ ଦୟାନିଧି ଘଡେଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri