ଘରଭଙ୍ଗା ତଦନ୍ତରେ ଅନିୟମିତତା: ସତ୍ୟବାଦୀ ତହସିଲ ଅଫିସ ଘେରାଉ କଲେ ଫନୀ କ୍ଷତିଗ୍ରସ୍ତ

ସାକ୍ଷୀଗୋପାଳ, ୨୧।୧(ଡି.ଏନ୍‌.ଏ)-ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ସତ୍ୟବାଦୀ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଘରଭଙ୍ଗା ତଦନ୍ତରେ ଅନିୟମିତତା ଅଭିଯୋଗ କରି ସେମାନେ ପୂର୍ବରୁ ତହସିଲରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କ ଦାବି ଗ୍ରହଣ କରି ତହସିଲଦାର ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରି ଏକମାସ ମଧ୍ୟରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର କିଛି ସୁଫଳ ମିଳି ନ ଥିଲା। ଫଳରେ ଅସନ୍ତୋଷ ପ୍ରକାଶ କରି ସେମାନେ ପୁରୀ ଅତିରିକ୍ତ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରି ନ୍ୟାୟ ପ୍ରଦାନ କରା ନ ଗଲେ ତହସିଲ କାର୍ଯ୍ୟାଳୟରେ ଆମରଣ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍‌ ଦେଇ ଯୋଗ୍ୟ ପରିବାରଗୁଡ଼ିକୁ ସହାୟତା ଯୋଗାଇ ଦେବାକୁ ଦୃଢ଼ ଦାବି କରି ନାରାବାଜି ଦେଇଥିଲେ। ଗୋବିନ୍ଦ ମହାପାତ୍ର, ସଚ୍ଚିକାନ୍ତ ବରାଳ, ଦୁର୍ଗେଶ ମିଶ୍ର, ପୀତାମ୍ବରୀ ଦାସ, ସତ୍ୟଭାମା ଦାସ, ଗିରିଧାରୀ ବରାଳ, ଉମା ବାରିକ ପ୍ରମୁଖ ଅତିରିକ୍ତ ତହସିଲଦାର ମୌସୁମୀ ମିଶ୍ର ଓ ଥାନା ଆଇଆଇସି ଶକୁନ୍ତଳା ପତିଙ୍କ ସହ ଆଲୋଚନା କରିଥିଲେ। ତହସିଲଦାର କସ୍ତୁରୀ ପ୍ରଧାନ ଦାବି ପୂରଣ ନେଇ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ଏଣୁ ଆନ୍ଦୋଳନ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri