ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି ବଦଳରେ ଦିଆଯାଇଛି ସିଝା ଅଣ୍ଡା। ଏମିତି କି କେତେ ଜଣ ପିଲା ଘରୁ ତରକାରି ଆଣି ଭାତ ଖାଇଛନ୍ତି। ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଏପରି ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ପଦ୍ମପୁର ବ୍ଲକରେ।
ପଦ୍ମପୁର ବ୍ଲକରେ ରହିଛି ଏହି ଜୁମୁରୁଗୁଡ଼ା ଉପରସାହି ପ୍ରାଥମିକ ବିଦ୍ୟାଳୟ। ଏଠାରେ ପ୍ରଥମ ଶ୍ରେଣୀରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୮୭ ଜଣ ଛାତ୍ରୀଛାତ୍ର ପଢ଼ୁଛନ୍ତି। ଏହି ବିଦ୍ୟାଳୟରେ ଶ୍ରେଣୀ ଗୃହଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ଭାଙ୍ଗିରୁଜି ଗଲାଣି ା ଶିକ୍ଷକମାନେ ଏହି ବିପଦସଙ୍କୁଳ ଘରେ ପିଲାଙ୍କୁ ପଢ଼ାଉଛନ୍ତି। ଏଠାରେ ପରିସ୍ରାଗାରଟିଏ ମଧ୍ୟ ନାହିଁ। ତେଣୁ ପିଲାମାନେ ପରିସ୍ରା କରିବାକୁ ସ୍କୁଲ ପଛପଟ ଶ୍ମଶାନ ନିକଟକୁ ଯାଉଛନ୍ତି। ସେହିପରି ସ୍କୁଲର ପାଚେରି ନ ଥିବାରୁ ଗୋରୁଗାଈ ଅବାଧରେ ପ୍ରବେଶ କରୁଛନ୍ତି। ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ଆମ କଥା ଶୁଣୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏମିତି କି ସ୍କୁଲରେ ଶନିବାର ପିଲାଙ୍କୁ ଅଣ୍ଡା ତରକାରି ବଦଳରେ ସିଝା ଅଣ୍ଡା ଦିଆଯାଇଥିଲା। ତେଣୁ କେତେ ଜଣ ଛାତ୍ରୀଛାତ୍ର ଘରୁ ତରକାରି ଆଣି ଖାଇଥିଲେ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ନେଇ ସ୍କୁଲର ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷୟିତ୍ରୀ ଲଳିତା ଶତପଥୀଙ୍କୁ ପଚାରିବାରୁ, ମୁଁ ଏଠାକାର ପ୍ରଧାନଶିକ୍ଷୟିତ୍ରୀ ନୁହେଁ। ଏଠାକାର ପ୍ରଧାନଶିକ୍ଷକ ରାଇଲପଦର ଯାଇଛନ୍ତି, ତାଙ୍କୁ ପଚାରି ବୁଝ ବୋଲି କହିଛନ୍ତି। ଏ ସମ୍ପର୍କରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାମଚନ୍ଦ୍ର ବେହେରାଙ୍କୁ ପଚାରିବାରୁ, ଉକ୍ତ ଶିକ୍ଷୟିତ୍ରୀ ହିଁ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦାୟିତ୍ୱରେ ଅଛନ୍ତି। ଆମେ ସମ୍ପୃକ୍ତ ବିଦ୍ୟାଳୟକୁ ଯାଇ ତଦନ୍ତ କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?