ଘରୁ ରାଗି ଆସିବା କାଳ ହେଲା: ଦୁର୍ଘଟଣାରେ ଯୁବକ ମୃତ

ପରଜଙ୍ଗ, ୧୦ା୩(ଡି.ଏନ.ଏ.)- ଘରେ କୌଣସି କାରଣରୁ ପାଟିତୁଣ୍ଡ କରି ରାଗରେ ଏକ ବାଇକ୍ ଧରି ପଳାଇ ଆସୁଥିବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ବାରଘରିଆ ଗାଁ ନିକଟରେ ମଙ୍ଗଳବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ମୃତକ ପାଟରପଦା ଗ୍ରାମର ରାକେଶ ସାହୁ (୨୫) ବୋଲି ଜଣାପଡିଛି।
ରାକେଶଙ୍କ ବାପା ରବି ନାରାୟଣ ସାହୁଙ୍କ ସୂଚନା ମୁତାବକ, ଘରେ ପାଟିତୁଣ୍ଡ କରି ରାକେଶ ଏକ ବାଇକ୍ (ନଂ. ଓଡ଼ି ୧୪ଡି ୮୨୧୦) ଧରି ଝାରସୁଗୁଡା ଅଭିମୁଖେ ବାହାରି ଯାଇଥିଲେ। ବାରଘରିଆ ନିକଟରେ ସେ ଭାରସାମ୍ୟ ହରାଇ ଏକ ତାଳଗଛରେ ପିଟି ହୋଇଯାଇଥିଲେ।   ବାଇକଟି ବିଲରେ ପଡିବା ସହ ଘଟଣାସ୍ଥଳରେ ରାକେଶଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସ୍ଥଳରେ ପରଜଙ୍ଗ ଥାନା ଅଧିକାରୀ ସନ୍ତୋଷ ପ୍ରଧାନ, ଏସ୍ଆଇ ବ୍ରଜକିଶୋର ମଲ୍ଲିକ, ସମରଜିତ ନାୟକ ପହଞ୍ଚି ବାଇକଟିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି । ଏ ସଂକ୍ରାନ୍ତରେ ପରଜଙ୍ଗ ଥାନାରେ ନଂ. ୫୦/୨୦ ରେ ଏକ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri