ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ ଏକ ଘରେ ପଶି ପରିବାର ଲୋକଙ୍କୁ ଭୟଭୀତ କରାଇ ସୁନାଗହଣା ଓ ୪ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି ରଖିଛି। ରାଧାଗୋବିନ୍ଦ ଲେନ୍ରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରିବା ସହ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ଅନୁଯାୟୀ, ସୋମବାର ରାତିରେ ୫ଜଣ ମୁଖାଧାରୀ ଦୁର୍ବୃତ୍ତ ରାଧାଗୋବିନ୍ଦ ଲେନ୍ ବାସିନ୍ଦା ମଧୁସୂଦନ ଜେନାଙ୍କ ଘର ଗ୍ରୀଲ୍ ତାଡ଼ିି ଘରେ ପଶିିଥିଲେ। ମଧୁସୂଦନଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ସେ ବିରୋଧ କରିବାରୁ ତାଙ୍କ ନାତି ଏବଂ ବୋହୂଙ୍କ ବେକରେ ଖଣ୍ଡା ଓ ବନ୍ଧୁକ ଲଗାଇ ୫ଭରି ଓଜନର ସୁନା ଅଳଙ୍କାର, ନଗଦ ପ୍ରାୟ ୪ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଯିବାବେଳେ ଘରର ସମସ୍ତ ଆସବାବପତ୍ର ଫିଙ୍ଗାଫିଙ୍ଗି କରିବା ସହ ୨ଟି ବାଇକକୁ ଭାଙ୍ଗିଦେଇଥିଲେ। ଏନେଇ ପୋଲିସ ଆଗରେ କିିଛି କହିଲେ ଅଥବା ଥାନାରେ ଅଭିଯୋଗ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ ବୋଲି ମଧୁସୂଦନ ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି। ରାଧାଗୋବିନ୍ଦ ଲେନ୍ ଏକ ଜନଗହଳିପୂର୍ଣ୍ଣ ଅଞ୍ଚଳ। ଚାରିପଟେ ଘରଦ୍ୱାର ଖୁନ୍ଦି ହୋଇ ରହିଛି। ତେବେ ଏଭଳି ଏକ ଅଞ୍ଚଳରେ ଦୁର୍ବୃତ୍ତମାନେ ଜଣକ ଘରେ ପଶିି ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାକୁ ନେଇ ପୋଲିସ ନିଷ୍କ୍ରିୟତାକୁ ସୂଚାଉଛି ବୋଲି ସାଧାରଣରେ ଆଲୋଚନା ହେଉଛି। ରାତ୍ରିକାଳୀନ ପାଟ୍ରୋଂଲି ହେଉ ନ ଥିବାରୁ ଏଭଳି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ ଗଣମାଧ୍ୟମକୁ କହିଛନ୍ତି। ଏନେଇ ପୋଲିସର କାର୍ଯ୍ୟଦକ୍ଷତା ଉପରେ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷେ ଘଟଣାର ତଦନ୍ତ ଚାଲିଛି ବୋଲି ପୋଲିସ କହିଛି।
Posted inଆମ ଜିଲା ଖବର, ପୁରୀ View All
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…
Archives

