ଘରେ ଜଳୁନି ଚୁଲି, ଚିନ୍ତାରେ ଦିନମଜୁରିଆ

ଖୋର୍ଦ୍ଧା ଅଫିସ,୨୭ା୩: ସମ୍ପ୍ରତି କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ଦିନମଜୁରିଆ ତଥା ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନେ କାମଧନ୍ଦା ପାଉ ନ ଥିବାରୁ ଅସୁବିଧାରେ ଚଳୁଛନ୍ତି। ଅଧିକାଂଶ ଲୋକଙ୍କ ଘରେ ଚୁଲି ଜଳୁନି। ଖୋର୍ଦ୍ଧା ବ୍ଲକ ନାଲିପଡିଆ ଅର୍ଜୁନପୁର ପଞ୍ଚାୟତର ଶରଧାପୁର ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଗ୍ରାମରେ ରହୁଥିବା ୨୦୦ ପରିବାର ଦୈନିକ ମୂଲ ଲାଗି ପରିବାର ପ୍ରତିପୋଷଣ କରିଥାନ୍ତି। କୌଣସି କାରଣରୁ କାମକୁ ନ ଗଲେ ପରିବାର ଚଳାଇବା କଷ୍ଟକର ହୋଇପଡ଼େ। ଏଭଳି ସ୍ଥଳେ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ଏହି ଗରିବ ଶ୍ରେଣୀର ପରିବାର ଏବେ ହାତବାନ୍ଧି ବସିଛନ୍ତି। ଅନେକ ପରିବାର ଓଳିଏ ଖାଇଲେ ଓଳିଏ ଉପବାସ ରହୁଛନ୍ତି। ରୋଗୀ, ପିଲାଛୁଆ, ବୃଦ୍ଧାବୃଦ୍ଧ ବେଶି ହଇରାଣ ହେଉଛନ୍ତି। ଯଦି ଆହୁରି କିଛିଦିନ ଏଭଳି ପରିସ୍ଥିତି ଲାଗି ରହେ ତାହାଲେ ସେମାନଙ୍କ ଅବସ୍ଥା ଦୁର୍ବିଷହ ହୋଇପଡ଼ିିବ ବୋଲି ଗ୍ରାମର ଦୁଃଖିଶ୍ୟାମ ବେହେରା କହିଛନ୍ତି। ସେହିପରି ଜାପାନୀ ଦେଈ ଓ ସରୋଜିନୀ ଦେଈ କହିଛନ୍ତି, ଭତ୍ତା ଟଙ୍କା ଉପରେ ଆମେ ନିର୍ଭର କରୁ। ଏପର୍ଯ୍ୟନ୍ତ ଭତ୍ତା ମିଳିନାହିଁ। ପାଖରେ ଥିବା ଟଙ୍କା ସରିଆସିଲାଣି। ଆଗକୁ କିପରି ଚଳିବୁ, ସେ ନେଇ ଚିନ୍ତାରେ ପଡ଼ିଛୁ। ଏ ନେଇ ସରପଞ୍ଚ ସୁବାସିନୀ ଦାସ କହିଛନ୍ତି, ଏହି ପଞ୍ଚାୟତର ୧୫ଟି ୱାର୍ଡ ମଧ୍ୟରୁ ୪ଟି ୱାର୍ଡରେ ଭତ୍ତା ବଣ୍ଟା ସରିଛି। ଖୁବଶୀଘ୍ର ଅନ୍ୟ ୱାର୍ଡରେ ଭତ୍ତା ଏବଂ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ, ଗହମ ଯୋଗାଇ ଦିଆଯିବ। ଗ୍ରାମର ବ୍ରିକମ କେଶରୀ ବଡଜେନା କହିଛନ୍ତି, ଏମାନେ ସାଧାରଣତଃ ଶିଳ୍ପ, କୋଠାବାଡ଼ିି, ରାସ୍ତା କାମ କରିବା ସହ ମୂଲମଜୁରି ଲାଗି ଚଳନ୍ତି। ଏବେ ଲକ୍‌ଡାଉନ୍‌ ଯୋଗୁ କାମ ବନ୍ଦ ରହିଛି। ତେଣୁ ପରିବାର ଚିନ୍ତା ବଳେଇ ପଡ଼ିଛି। ଏମାନଙ୍କ ଲାଗି ସରକାର ତୁରନ୍ତ ପଦକ୍ଷେପ ନେବା ଜରୁରୀ ହୋଇପଡ଼ିିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri