ଘରେ ପଡ଼ି ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ

ଭଞ୍ଜନଗର,୧୫।୯(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିର କାମରାଜୁ ଡାକୁଆ (୬୦) ଶନିବାର ରାତିରେ ଘରେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଚିକିସତ୍ା ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ କାମରାଜୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ନଂ.୪୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ସୁଦୀପ୍ତ ସାହୁ କହିଛନ୍ତି।

Share
Tags: ganjam