ଘରେ ପଶିଲା ଡ୍ରେନ୍‌ ପାଣି,ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ, ୨୧ା୩- ଗୁରୁବାର ରାତିରେ ହୋଇଥିବା ବର୍ଷାରେ ବାରିପଦା ପୌରପରିଷଦର ୨୭ନଂ. ୱାର୍ଡ଼ ତୁଳସୀଚଉରା ଅଞ୍ଚଳରେ ବସବାସ କରୁଥିବା ବିଭିିନ୍ନ ବ୍ୟକ୍ତିଙ୍କ ଘରେ ଡ୍ରେନ ପାଣି ପଶି ଯାଇଥିଲା। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ୭ଟାରେ ଅଞ୍ଚଳବାସୀ ତୁଳସୀଚଉରା ଛକଠାରେ ରାସ୍ତାରୋକେ କରିଥିଲେ। ଅଭିଯୋଗ ଅନୁଯାୟୀ ଅଞ୍ଚଳ ଦେଇ ଯାଇଥିବା ଡ୍ରେନ୍‌କୁ ପୌରପିଷଦ ସଫା କରୁ ନ ଥିବାରୁ ଏଭଳି ସୁବିଧା ହେଉଛି। ସେହିଭଳି ନୂତନ ଡ୍ରେନ୍‌ ନିର୍ମାଣ ପାଇଁ ଦାବି କରାଯାଉ ଥିଲେ ମଧ୍ୟ ଡ୍ରେନ୍‌ କାମ ହେଉ ନାହିଁ। ଗୁରୁବାର ରାତିରେ ପ୍ରବଳ ବର୍ଷା ହେବାରୁ ଲୋକମାନଙ୍କ ଘରେ ପାଣି ପଶି ଯାଇଥିଲା। ଏପରିକି କିଛିଲୋକ ଘରେ ପାଣି ପଶି ଯାଇଥିବାରୁ ସେମାନେ ରୋଷେଇ କରି ପାରି ନ ଥିବା ପ୍ରକାଶ କହିଛନ୍ତି। ଶୁକ୍ରବାର ତୁଳସୀଚଉରାଠାରୁ ତକତପୁରକୁ ଯାଇଥିବା ରାସ୍ତାକୁ ଅବରୋଧ କରାଯିବା ଫଳରେ ଉକ୍ତ ରାସ୍ତାରେ ଯାନବହାନ ଚଳାଚଳ ଠପ୍‌ ହୋଇ ପଡ଼ିଥିଲା। ଖବର ପାଇ ଟାଉନ ପୋଲିସ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀ ଆସି ଲୋକଙ୍କୁ ବୁଝାସୁଝା କରିବା ସହିତ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେବା ପରେ ସକାଳ ୯ଟ ୩୦ରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଆଗାମୀ ଦିନରେ ଏହାର ସମାଧାନ ନ ହେଲେ ଅଞ୍ଚଳବାସୀ ପୁନର୍ବାର ରାସ୍ତାକୁ ଓହ୍ଲାଇବେ ବୋଲି ପ୍ରକାଶ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ଏସଡ଼ିଓ ଶାନ୍ତନୁ ନାୟକ ନାଳକୁ ସଫା କରି ଡ୍ରେନ୍‌ କାମ ଆରମ୍ଭ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri