ଘରେ ପଶି ୮୦ ହଜାର ଲୁଟିନେବା ସହ ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ମୋବାଇଲ ଛାଡ଼ି ଚାଲିଗଲେ ଲୁଟେରା, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୬।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କିଛିଦିନର ନିରବତା ପରେ ପୁଣି ଲୁଟ୍‌ପାଟ ଆରମ୍ଭ ହୋଇଛି। ଆଗକୁ ଶାରଦୀୟ ପୂଜା ରହିଥିବା ବେଳେ ଏବେ ଚୋରି ଡକାୟତି ବୃଦ୍ଧି ପାଇଛି। ଏଭଳି ଏକ ଘଟଣା ରବିବାର ବିଳମ୍ବିତ ରାତିରେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ବାଇମାଲା ଗ୍ରାମରେ ଘଟିଛି। ଘରେ ଦୁଇଜଣ ମହିଳା ଥିବା ସୁଯୋଗ ନେଇ ଜଣେ ଦୁର୍ବୃତ୍ତ ପଛପାଖ କାନ୍ଥ ଭାଙ୍ଗି ଘରେ ପଶି ମହିଳାଙ୍କୁ ଅସଦାଚରଣ କରିବାକୁ ଉଦ୍ୟମ କରିବା ସହ ମାରଣାସ୍ତ୍ର ଦେଖାଇ ୮୦ ହଜାର ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ହୋଇଛି। ଏନେଇ ଶାଶୁ ନିବାଜିନୀ ଦିଗାଳ ଏବଂ ବୋହୂ ସିଲା ଦିଗାଳ ଅଭିଯୋଗ କରିଛନ୍ତି। ଲୁଟ୍‌ ସମୟରେ ଶାଶୁବୋହୂ ଲୁଟେରାଙ୍କୁ ଧରିବାକୁ ଉଦ୍ୟମ କରିବା ବେଳେ ଧସ୍ତାଧସ୍ତି ହୋଇ ଦୁର୍ବୃତ୍ତ ଜଣକ ମୋବାଇଲ ଛାଡ଼ି ପଳାଇଛନ୍ତି। ମୋବାଇଲକୁ ନେଇ ଦାରିଙ୍ଗବାଡ଼ି ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଯେ, ଶାଶୁ ଏବଂ ବୋହୂ ଦୁହେଁ ରବିବାର ସିମନବାଡ଼ିର ଏକ କିଓସ୍କୋ ବ୍ୟାଙ୍କରୁ ୮୦ହଜାର ଟଙ୍କା ଉଠାଇ ନିଜ ଗ୍ରାମକୁ ଯାଇଥିଲେ। ରବିବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ଘରେ ପଶି ଏହି ଲୁଟ୍‌ କରିବା ସହ ସେମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କୁ ଅସଦାଚରଣ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏଥିରେ ବୋହୂ ସିଲା ଦିଗାଲଙ୍କ ହାତ ଏବଂ ଗୋଡ଼ରେ ଆଘାତ ଲାଗିଛି। ଏନେଇ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ଘଟଣାର ତଦନ୍ତ ଚାଲିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri