ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିରେ ସହଯୋଗ କରନ୍ତୁ। ନିଜର, ନିଜ ପରିବାର ଓ ବନ୍ଧୁମାନଙ୍କ ମଙ୍ଗଳପାଇଁ ଘରେ ରୁହନ୍ତୁ। ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା କଟକଣାକୁ ଯଦି କୌଣସି ବ୍ୟକ୍ତି ଉଲ୍ଲଂଘନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ପ୍ରକାଶ ଯେ, ମହାମାରୀ କରୋନା ପ୍ରଭାବ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରଗୁଡ଼ିକ ପରେ ଏବେ ଭାରତରେ ଦେଖିବାକୁ ମିଳୁଛି। ଦେଶରେ ୨୭୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏପରିକି ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମଧ୍ୟ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିଭଳି ୩ହଜାରରୁ ଅଧିକ ଲୋକ ସରକାର ଦେଇଥିବା ପୋର୍ଟାଲରେ ରେଜିଷ୍ଟ୍ରେଶନ କରିଛନ୍ତି। ଏଣୁ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଅପରପକ୍ଷେ ଏହାକୁ ପ୍ରତିହତ କରିବା ଲାଗି ମାର୍ଚ୍ଚ ୨୨ ସକାଳ ୭ଟାରୁ ୨୯ ସନ୍ଧ୍ୟା ୯ଟା ପର୍ଯ୍ୟନ୍ତ ରାଜ୍ୟର ୫ ଜିଲା ସହ ୮ ସହରକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରିବାକୁ ଘୋଷଣା କରିଛନ୍ତି। ଏହି ସମୟରେ କେବଳ ଜରୁରିକାଳୀନ ସେବାଗୁଡ଼ିକ ବ୍ୟତୀତ ସବୁକିଛି ବନ୍ଦ ରହିବ। ତେବେ ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ, ଘରେ ରହିଲେ ହିଁ ଆମେ ଏହି ଯୁଦ୍ଧ ଜିତିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri