ଘରେ ରୋଷେଇ ବେଳେ ମହିଳାଙ୍କୁ ଗୁଳି

ଦେବଗଡ଼, ୧୬।୧୨ (ଡି.ଏନ୍‌.ଏ.):ଘରେ ରୋଷେଇ କରୁଥିବାବେଳେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି। ବୁଧବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା କଦୋଗୁଡା ଗ୍ରାମରେ ଏଭଳି ଘଟଣା ଘଟିଛି। ଗ୍ରାମର ରାଜେଶ ମହନ୍ତଙ୍କ ସ୍ତ୍ରୀ ରୁକ୍ମିଣୀ (୩୦) ଘର ଭିତରେ ରୋଷେଇ କରୁଥିବାବେଳେ କେହି ଜଣେ ଦୁର୍ବୃତ୍ତ ଘର ଭିତରକୁ ପଶି ତାଙ୍କ ଉପରକୁ ହଠାତ ଗୁଳିମାଡ଼ କରିଥିଲେ। ରୁକି୍ମଣୀଙ୍କ ବାମ ଗୋଡ଼ରେ ଗୁଳି ବାଜିଥିବାବେଳେ ଗୁରୁତର ଆହତ ହୋଇଛନ୍ତି। ଗୁଳିମାଡ଼ କରିଥିବା ଦୁର୍ବୃତ୍ତ ଜଣକ ନିଜ ମୁହଁକୁ କପଡ଼ାରେ ଘୋଡ଼ାଇ ରଖିଥିବାରୁ ତାଙ୍କୁ ଚିହ୍ନିପାରି ନ ଥିଲେ। ଗୁଳି ଶବ୍ଦ ଶୁଣି ରୁକ୍ମିଣୀଙ୍କ ସ୍ବାମୀ ଓ ପରିବାରର ଅନ୍ୟ ସଦସ୍ୟ ଦୌଡି ଆସିଥିବାବେଳେ ଦୁର୍ବୃତ୍ତ ଜଣକ ଫେରାର ହୋଇଯାଇଥିଲେ। ରୁକି୍ମଣୀଙ୍କୁ ଉଦ୍ଧାର କରି ପ୍ରଥମେ ବାରକୋଟ ସ୍ବାସ୍ଥ୍ୟକେନ୍ଦ୍ର, ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ବିଳମ୍ବିତ ରାତିରେ ବୁର୍ଲା ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ତାଙ୍କ ପରିବାର ସହିତ କାହାରି ଶତ୍ରୁତା ନ ଥିଲା। କିନ୍ତୁ ହଠାତ୍‌ କିଏ ଓ କାହିଁକି ଗୁଳିମାଡ଼ କଲା ସେନେଇ କୌଣସି ସୂଚନା ମିଳିପାରିନାହିଁ। ବାରକୋଟ ଥାନା ପୋଲିସକୁ ଖବର ଦିଆଯାଇଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏପର୍ଯ୍ୟନ୍ତ କାହାକୁ ଗିରଫ କରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri