ଘରେ ଶୋଇଥିବା ଯୁବକଙ୍କୁ ଛୁରି ଭୁସି ହତ୍ୟା

ଦିଗପହଣ୍ଡି,୬ା୧୦(ଡି.ଏନ.ଏ.)-ସାମାନ୍ୟ ବଚସାକୁ ନେଇ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଘରେ ଶୋଇଥିବା ରବି ଓରଫ ରବୀନ୍ଦ୍ର ବାଡ଼ତ୍ୟାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତି ପ୍ରାୟ ୯.୨୫ରେ ରବିଙ୍କ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ନଂ. ୧୯୬/୧୯ରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଚଳାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
ପ୍ରକାଶ ଯେ, ଅପରାହ୍ନ ପ୍ରାୟ ୪ଟାରେ ଗାଁରେ ଖଲାସୀ କାମ କରୁଥିବା ରବି ଏବଂ ଆଦିକନ୍ଦପୁର ଗାଁର ଜଣେ ରାଜମିସ୍ତ୍ରି ସାଙ୍ଗ ହୋଇ ଦେଶୀ ମଦ ଭାଟିକୁ ଯାଇଥିଲେ। ସେଠାରେ ନିଶାସକ୍ତ ହେବାପରେ ଉଭୟଙ୍କ ମଧ୍ୟରେ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ରବି ରାଜମିସ୍ତ୍ରିଙ୍କ ସାଇକେଲଟିକୁ ଛଡ଼ାଇ ନେଇଯାଇଥିଲେ। ରାଜମିସ୍ତ୍ରି ଜଣକ ଗାଁର ଦୁର୍ଗା ପୂଜା ମଣ୍ଡପ ନିକଟକୁ ଆସି ଅନ୍ୟଜଣଙ୍କୁ କହିଥିଲେ। ସେ ମଧ୍ୟ ନିଶାସକ୍ତ ଥିଲେ। ପରେ ଉଭୟ ରବିଙ୍କ ଘରକୁ ସାଇକେଲ ଆଣିବାକୁ ଯାଇଥିଲେ। ରବି ଘରେ ଶୋଇଥିବା ସମୟରେ ରାଜମିସ୍ତ୍ରିଙ୍କ ସହ ଆସିଥିବା ବ୍ୟକ୍ତି ତାଙ୍କୁ ଟାଣି ଆଣି ସାଇକେଲ କଥା ପଚାରିଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପରେ ଉକ୍ତ ବ୍ୟକ୍ତି ରବିଙ୍କ ଜଙ୍ଘ, ହାତ ଓ ପିଠିକୁ ଛୁରା ମାଡ଼ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ରବିଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅତ୍ୟଧିକ ରକ୍ତସ୍ରାବ ଓ ମୁଣ୍ଡରେ ଆଘାତ କାରଣରୁ ସେ ମୃତ୍ୟୁବରଣ କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri