Posted inଜାତୀୟ

ଘରୋଇ ଉଡାଣ ପାଇଁ ପ୍ରସ୍ତୁତ ହେଲାଣି ଦେଶ: ନିର୍ଦ୍ଧାରଣ ହେଲା ଟିକେଟର ଦାମ

ନୂଆଦିଲ୍ଲୀ,୨୧।୫: ପାଖାପାଖି ୨ ମାସର ବିରତି ପରେ ଏବେ ଦେଶରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାକୁ ଯାଉଛି। ଏହି ସମୟରେ ମେ’୨୫ରୁ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କିଛି ନିୟମ ରଖାଯାଇଛି ଯାହାର ପାଳନ କରିବା ଜରୁରୀ। ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରି ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ସେ ଏଥିରେ ସୂଚନାଦେଇ କହିଛନ୍ତି ସରକାରଙ୍କ ତରଫରୁ ଟିକେଟର ସର୍ବାଧିକ ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି ଯାହାର ପାଳନ ସମସ୍ତ ଏୟାରଲାଇନ୍ସକୁ କରିବାକୁ ପଡିବ। ଦିଲ୍ଲୀ-ମୁମ୍ବାଇ ବିମାନ ପାଇଁ ସର୍ବନିମ୍ନ ୩,୫୦୦ରୁ ସର୍ବାଧିକ ୧୦,୦୦୦ଟଙ୍କା ସ୍ଥିର କରାଯାଇଛି। ଏହି ହିସାବରେ କମ୍ପାନୀମାନେ ସେମାନଙ୍କର ମୂଲ୍ୟ ନିର୍ଦ୍ଧାରଣ କରିବେ। ତେବେ ସମସ୍ତ କମ୍ପାନୀ ସର୍ବାଧିକ-ସର୍ବନିମ୍ନ ମୂଲ୍ୟ ମଧ୍ୟରେ ଦାମ୍‌ ସ୍ଥିର କରିବେ। ଏହା ଆସନ୍ତା ଅଗଷ୍ଟମାସ ପର୍ଯ୍ୟନ୍ତ ରହିବ ବୋଲି ଜଣାପଡିଛି। ବିମାନଯାତ୍ରୀମାନେ ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ କରିବା ଜରୁରୀ। କେନ୍ଦ୍ରମନ୍ତ୍ରୀଙ୍କ କହିବା ଅନୁଯାୟୀ ଦେଶର ସମସ୍ତ ରୁଟ୍‌କୁ ୭ଟି ରୁଟ୍‌ରେ ବାଣ୍ଟି ଦିଆଯିବ। ଏହାକୁ ୩୦ ମିନିଟ, ୪୦ ମିନିଟ, ୬୦ ମିନିଟ, ୯୦ ମିନିଟ, ୧୨୦ ମିନିଟ, ୧୫୦ ମିନିଟ, ୧୮୦ ମିନିଟ,୨୧୦ ମିନିଟ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri