ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଖବର ପାଇ ପୋଲିସ ଶୁକ୍ରବାର ଗାଁରେ ପହଞ୍ଚି ଦୟାଲ ମୁଣ୍ଡା(୪୦)ଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ତଦନ୍ତ କରୁଛି। ବଡବିଲ ଏସଡିପିଓ ସତ୍ୟ ବିକାଶ ଭୂୟଁା ଓ ବାମେବାରୀ ଥାନା ଓଆଇସି ଅମିତାଭ ଦାସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଏ ନେଇ ଥାନାରେ ଏକ ହତ୍ୟା ମାମଲା(ନଂ ୪୦/୨୦୨୦)ରୁଜୁ କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଦୟାଲ ପାଟିତୁଣ୍ଡ କରି ତାଙ୍କ ସ୍ତ୍ରୀଙ୍କୁ ପ୍ରବଳ ମାଡ଼ ମାରିଥିଲେ ା ସେତେବେଳେ ଘରେ ଥିବା ଏକ କ୍ରିକେଟ ବ୍ୟାଟ୍ ଆଣି ଦୟାଲଙ୍କ ମୁଣ୍ଡକୁ ପିଟି ଦିଆଯିବାରୁ ରକ୍ତସ୍ରାବ ଘଟି ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ସ୍ଥାନୀୟ ଲୋଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚି କ୍ରିକେଟ ବ୍ୟାଟ୍ ଜବତ କରିବା ସହ ଅଭିଯୁକ୍ତ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଥିବା କହିଛି।
ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ
ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...
ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...
ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ
ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...
ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା
ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...
ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ
ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...
ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…
ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...
କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍- କାର୍କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...
Archives


