ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରିବା ସହ ସାନଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।
ବଡ଼ଭାଇ ପ୍ରମୋଦ ରାଉଳଙ୍କ ସ୍ତ୍ରୀ ଝୁନିଲତା ଥାନାରେ ଦେଇଥିବା ଅଭିଯୋଗରେ ଦର୍ଶାଇଛନ୍ତି, ସକାଳେ ତଙ୍କ ସାନ ଦିଅର ସୁକାନ୍ତ ଓ ମଝିଆ ଦିଅର ହେମନ୍ତଙ୍କ ପରିବାର ମଧ୍ୟରେ ଝଗଡା ହୋଇଥିଲା। ଏହାର କିଛି ସମୟ ପରେ ସୁକାନ୍ତ ଘରେ ଥିବା ସମସ୍ତ ଜିନିଷ ଆଣି ବାଡି ପଛପଟେ ରଖି ଏଥିରେ କେହି ଲାଗିବ ନାହିଁ ବୋଲି କହିଥିଲୋ। ଏହି ସମୟରେ ହେମନ୍ତ ଘରେ ଶୋଇଥିଲେ। ଏହାଶୁଣି କାହିଁକି ପାଟି କରୁଛୁ ବୋଲି ତାଙ୍କୁ ପଚାରିଥିଲେ। ଏଥିରେ ସୁକାନ୍ତ ଉତ୍ତ୍ୟକ୍ତ ହୋଇ ବାରିପଟେ ଥିବା ଏକ ଶିଳପୁଆ ଆଣି ହେମନ୍ତଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ସେ ଦୌଡି ପଳାଇ ଯାଉଥିବା ସମୟରେ ସୁକାନ୍ତ ତାଙ୍କୁ ଧକ୍କା ମାରି ତଳେ ପକାଇଥିଲେ। ତଳେ ପଡି ଯିବା ପରେ ହେମନ୍ତ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ନାଉଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଭିଯୋଗ ପାଇବା ପରେ ଥାନାଧିକାରୀ ପ୍ରଜ୍ଞା ରିତାମ୍ବର କର ପହଞ୍ଚତ୍ ଏହାର ତଦନ୍ତ କରିଛନ୍ତି। ଏନେଇ ଏକ ମାମଲା ନଂ-୧୨/୨୦ରୁଜୁ ହୋଇଛି। ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri