ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରିବା ସହ ସାନଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।
ବଡ଼ଭାଇ ପ୍ରମୋଦ ରାଉଳଙ୍କ ସ୍ତ୍ରୀ ଝୁନିଲତା ଥାନାରେ ଦେଇଥିବା ଅଭିଯୋଗରେ ଦର୍ଶାଇଛନ୍ତି, ସକାଳେ ତଙ୍କ ସାନ ଦିଅର ସୁକାନ୍ତ ଓ ମଝିଆ ଦିଅର ହେମନ୍ତଙ୍କ ପରିବାର ମଧ୍ୟରେ ଝଗଡା ହୋଇଥିଲା। ଏହାର କିଛି ସମୟ ପରେ ସୁକାନ୍ତ ଘରେ ଥିବା ସମସ୍ତ ଜିନିଷ ଆଣି ବାଡି ପଛପଟେ ରଖି ଏଥିରେ କେହି ଲାଗିବ ନାହିଁ ବୋଲି କହିଥିଲୋ। ଏହି ସମୟରେ ହେମନ୍ତ ଘରେ ଶୋଇଥିଲେ। ଏହାଶୁଣି କାହିଁକି ପାଟି କରୁଛୁ ବୋଲି ତାଙ୍କୁ ପଚାରିଥିଲେ। ଏଥିରେ ସୁକାନ୍ତ ଉତ୍ତ୍ୟକ୍ତ ହୋଇ ବାରିପଟେ ଥିବା ଏକ ଶିଳପୁଆ ଆଣି ହେମନ୍ତଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ସେ ଦୌଡି ପଳାଇ ଯାଉଥିବା ସମୟରେ ସୁକାନ୍ତ ତାଙ୍କୁ ଧକ୍କା ମାରି ତଳେ ପକାଇଥିଲେ। ତଳେ ପଡି ଯିବା ପରେ ହେମନ୍ତ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ନାଉଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଭିଯୋଗ ପାଇବା ପରେ ଥାନାଧିକାରୀ ପ୍ରଜ୍ଞା ରିତାମ୍ବର କର ପହଞ୍ଚତ୍ ଏହାର ତଦନ୍ତ କରିଛନ୍ତି। ଏନେଇ ଏକ ମାମଲା ନଂ-୧୨/୨୦ରୁଜୁ ହୋଇଛି। ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri