ଘରୋଇ କୋଚିଂ ସେଣ୍ଟର ଖୋଲିବା ପାଇଁ ଦାବି

ବାଲେଶ୍ୱର ଅଫିସ, ୩୦।୫-ବାଲେଶ୍ୱର ଜିଲା ତଥା ସହରରେ ଥିବା ଘରୋଇ କୋଚିଂ ସେଣ୍ଟର ଓ ଟ୍ୟୁଟୋରିଆଲଗୁଡ଼ିକ ଦୀର୍ଘଦିନ ଧରି ବନ୍ଦ ଥିବା କାରଣରୁ ଛାତ୍ରୀଛାତ୍ରଙ୍କର ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଶିକ୍ଷା ପ୍ରଦାନରେ ବ୍ୟାଘାତ ସୃଷ୍ଟି ହେବା ସହିତ ଉକ୍ତ ସଂସ୍ଥାଗୁଡ଼ିକରେ କାର୍ଯ୍ୟ କରୁଥିବା କର୍ମଚାରୀ, ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଆର୍ଥିକ ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି। ଏହି ସଙ୍କଟରୁ ଉଦ୍ଧାର ପାଇଁ ଘରୋଇ କୋଚିଂ ଓ ଟ୍ୟୁଟୋରିଆଲ ସେଣ୍ଟର ମାଲିକମାନେ ଶୁକ୍ରବାର ପୂର୍ବାହ୍ନରେ ଏକଜୁଟ୍‌ ହୋଇ ସେଣ୍ଟରଗୁଡ଼ିକୁ ଖୋଲିବା ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରେ ଲିଖିତ ଆବେଦନ କରିଛନ୍ତି।
କରୋନା ମହାମାରୀ ପାଇଁ ଘରୋଇ କୋଚିଂ ସେଣ୍ଟରଗୁଡ଼ିକ ଦୀର୍ଘଦିନ ହେଲା ବନ୍ଦ ରହିଛି। ଫଳରେ ଶତାଧିକ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେବା ସହ ଅନୁଷ୍ଠାନଗୁଡ଼ିକ ମଧ୍ୟ ଆର୍ଥିକ କ୍ଷତି ସହୁଛନ୍ତି। ଅନ୍‌ଲାଇନ୍‌ ପାଠ୍ୟ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସମ୍ପୂର୍ଣ୍ଣ ଉପକୃତ ହୋଇପାରୁ ନ ଥିବାବେଳେ ଏହା ଏକ ପ୍ରହସନ ପାଲଟିଛି। ଅନେକ ଦିନ ଧରି ବନ୍ଦ ଯୋଗୁ ଅନୁଷ୍ଠାନ ପାଇଁ ନିଆଯାଇଥିବା ଘରଭଡ଼ା ଓ ଶିକ୍ଷକମାନଙ୍କ ମାସିକ ବେତନ ବୋଝ ଉପରେ ଲଳିତା ବିଡ଼ା ସାଜିଛି। ଅନୁଷ୍ଠାନ ଉପରେ ନିର୍ଭର କରି ଚଳୁଥିବା ମାଲିକ ଓ କର୍ମଚାରୀମାନେ ଆର୍ଥିକ ସଙ୍କଟରେ ଗତି କରି ପରିବାର ଚଳାଇବାରେ ଅସମର୍ଥ ହୋଇପଡ଼ିଲେଣି। ସରକାରଙ୍କ ସମସ୍ତ ନିର୍ଦ୍ଦେଶନାମା ପାଳନ ତଥା ସାମାଜିକ ଦୂରତା ରକ୍ଷା କରି ଅନୁଷ୍ଠାନଗୁଡ଼ିକୁ ଖୋଲିବା ପାଇଁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିବା ପାଇଁ ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସୁଶାନ୍ତ ମହାନ୍ତି, ଓମ୍‌ପ୍ରକାଶ ମହାପାତ୍ର, ଜଗନ୍ନାଥ ସାସମଲ, ଦିଲୀପ ଦାସମହାପାତ୍ର, ଶୈଳେନ୍ଦ୍ର ମିଶ୍ର, କ୍ଷୀତିଶ କୁମାର ମଣ୍ଡଳ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri