ଘରୋଇ ଗାଡ଼ି ଚଳାଚଳ ଉପରେ ଲଗାମ୍‌: ବିନା ପାସ୍‌ରେ ଗଡ଼ିବନି ଗାଡ଼ି

ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା। ଏପରିକି ଭୁବନେଶ୍ୱରରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର ଅନେକ ଦପ୍ତର ରହିଛି। ଏହା ବ୍ୟତୀତ ୬ଶହ ବ୍ୟାଙ୍କ୍‌ର ବ୍ରାଞ୍ଚ ମଧ୍ୟ ରହିଛି। ଲକ୍‌ଡାଉନର ଦ୍ୱିତୀୟ ଦିନରେ ସମସ୍ତ କର୍ମଚାରୀଙ୍କୁ ଯାଞ୍ଚ କରି ଛାଡିବାରେ ବିଭିନ୍ନ ସମସ୍ୟା ଉପୁଜିଥିଲା। ଏହାକୁ ଦୁଷ୍ଟିରେ ରଖି ଘରୋଇ ଗାଡ଼ିି ଚଳାଚଳ ଉପରେ ପୋଲିସ କଟକଣା ଲଗାଇଛି। ଏଣିକି ଗାଡ଼ି ଯାତାୟାତ ପାଇଁ ଥାନାରୁ ଆଣିବାକୁ ପଡିବ ପାସ୍‌। ଯେଉଁମାନଙ୍କୁ ଯିବାର ନିହାତି ଆବଶ୍ୟକ ସେମାନଙ୍କୁ ପାସ୍‌ ଦିଆଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ପାସ୍‌ ଆବେଦନ କରୁଥିବା ବ୍ୟକ୍ତି ନିଜର ପରିଚୟ ପତ୍ର ସହ କେଉଁଠୁ କେଉଁଯାଏ ଏବଂ କେଉଁ ଗାଡ଼ିରେ ଯିବେ ତାହା ଉଲ୍ଲେଖ କରିବେ। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପାସ୍‌ ଥାନାରୁୁ ଆଣିବା ପାଇଁ ନିୟମ ଜାରି କରାଯାଇଛି। ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ନିଜର ସୁରକ୍ଷା ଓ ସମାଜର ସୁରକ୍ଷା ପାଇଁ ଦାୟିତ୍ୱବାନ ହେବାକୁ କହିଛନ୍ତି ପୋଲିସ କମିଶନର।
ପାସ୍‌ ପାଇଁ ଥାନାରେ ଅସମ୍ଭାଳ ଭିଡ:
ପୋଲିସ କମିଶନର ପାସ୍‌ ପାଇଁ ନିର୍ଦ୍ଦେଶ ଦେବା ପରେ ଥାନାରେ ପାସ୍‌ ନେବା ପାଇଁ ଲୋକଙ୍କ ମଧ୍ୟରେ ଭିଡ଼ ଦେଖିବାକୁ ମିଳିଛି। ଏକାଧିକ ଲୋକ ପାସ୍‌ ପାଇବା ପାଇଁ ଥାନା ଆଗରେ ଧାଡ଼ିରେ ରହୁଥିବା ଦେଖିବାକୁ ମିଳୁଛି। କେଉଁ କାରଣ ପାଇଁ ପାସ୍‌ ନେବେ, କେଉଁଠାରୁ କେଉଁଠିକୁ ଯିବେ ତାହା ପଚାରି ପଚାରି ଥାନା ଅଧିକାରୀ ନୟାନ୍ତ ହୋଇପଡ଼ୁଛନ୍ତି। ବିଭିନ୍ନ ଥାନରେ କାର୍ଯ୍ୟରତ ଡିସିଓଙ୍କ ଚାରିପଟେ ଲୋକେ ଘେରିଯାଉଥିବାର ଦୃଶ୍ୟ ଦେଖବାକୁ ମିଳିଥିଲା। ଯାହାକି ଲୋକଙ୍କ ସଚେତନତାକୁ ନେଇ ପ୍ରଶ୍ନ ଉଠିଥିଲା। ତୁରନ୍ତ ପାସ୍‌ ପ୍ରଦାନ କରିବାକୁ ଅନେକ ପୋଲିସ ସହ ଯୁକ୍ତି ତର୍କ କରିବାକୁ ପଛାଉନଥିଲେ। ସନ୍ଧ୍ୟାସୁଦ୍ଧା ମଞ୍ଚେଶ୍ୱର, ଖଣ୍ଡଗିରି, ନୟାପଲ୍ଲୀ ପରି ଅନେକ ଥାନାରେ ପାସ୍‌ ସରିଯାଇଥିବା ସହ ଯାଞ୍ଚ ପରେ ଲୋକଙ୍କୁ ପାସ୍‌ ମଙ୍ଗଳବାର ଦିଆଯିବ ବୋଲି ପରାମର୍ଶ ଦିଆଯାଇଥିଲା। ଆବଶ୍ୟକତା ନ ଥାଇ ଥାନାରେ ଗହଳି କରୁଥିବା ଲୋକଙ୍କୁ ପୋଲିସ ବୁଝାସୁଝା କରି ପଠାଇଥିଲା। ମାତ୍ର ଏବେ ଗଣମାଧ୍ୟମକୁ ପାସ୍‌ ଦେବାକୁ ନେଇ ସମସ୍ୟା ସୃଷ୍ଟି ହୋଇଛି। ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟକରୁଥିବା ଏକାଧିକ କର୍ମଚାରୀଙ୍କୁ କିଭଳି ପାସ୍‌ ଦେବ ତାହାକୁ ନେଇ ପୋଲିସ ଚିନ୍ତାରେ ପଡ଼ିଛି। କାରଣ ଏତେ ଗୁଡିକ ପାସ୍‌ ଦେବାରେ ସମସ୍ୟା ସୃଷ୍ଟିହେବ। ତେଣୁ ଯେଉଁମାନେ ଅଫିସ ଯାଉଛନ୍ତି ସେମାନେ ଆଇକାର୍ଡ ଦେଖାଇ ଯାତାୟାତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri