ଘରୋଇ ବସ ଓଲଟି ୧୬ରୁ ଊର୍ଦ୍ଧ୍ୱ ଆହତ

ବିରିଡ଼ି,୨।୮(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ନଂ.୫୫ର ହାଜିପୁର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଅଭିରାମ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ୬ ଜଣ ବିରିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ୪ଜଣ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି। ସୂଚନା ଅନୁଯାୟୀ, ବସ (ନଂ ଓଡ଼ି ୦୫ ଏମ ୫୬୪୪) ଜଗତ୍‌ସିଂହପୁରରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ହାଜିପୁର ନିକଟରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ବିଲ ମଧ୍ୟକୁ ଓଲଟି ପଡିଥିଲା। ତୁରନ୍ତ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ବସରେ ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିବା ଅନୁମାନ କରାଯାଉଛି ବୋଲି ବିରିଡ଼ି ଥାନା ଆଇଆଇସି ପାରଓ ଟୁଡୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri