ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ମନ୍ତ୍ରୀ ସହ ଆଲୋଚନା: ସମସ୍ୟା ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନଗୁଡ଼ିକର ଏକ ପ୍ରତିନିଧି ଦଳ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସେମାନଙ୍କର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରୁ ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ର ପଞ୍ଜୀକରଣ ଓ ନବୀକରଣ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସେବା ବାବଦରେ ବକେୟା ପ୍ରାପ୍ୟ ପ୍ରଦାନ, ୩୦ ଶଯ୍ୟାବିଶିଷ୍ଟ ନର୍ସିଂହୋମ୍‌ ପାଇଁ ଉଚ୍ଚତା ୧୨ ମିଟର ଥିବାବେଳେ ଏହାକୁ ୧୫ ମିଟରକୁ ବୃଦ୍ଧି କରିବା ଇତ୍ୟାଦି ଅନ୍ତର୍ଭୁକ୍ତ। ଏହି ଦାବିଗୁଡ଼ିକ ଉପରେ ମନ୍ତ୍ରୀ ଦାସ ଆଲୋଚନା କରି ସମସ୍ୟାଗୁଡ଼ିକର ସମାଧାନ ପନ୍ଥା ନିର୍ଦ୍ଧାରଣ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। ଏଥିପାଇଁ ସେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ପ୍ରଚଳିତ ନିୟମକୁ କୋହଳ କରିବା ଦିଗରେ ଉଦ୍ୟମ କରିବେ ବୋଲି କହିଥିଲେ। ଆଲୋଚନାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ, ଗୃହ ବିଭାଗ, ନଗର ଉନ୍ନୟନ ବିଭାଗ, ଅଗ୍ନିଶମ ବିଭାଗ ଓ ସ୍ବାସ୍ଥ୍ୟ ବିଭାଗ ଉଚ୍ଚପଦସ୍ଥ ଅଧିକାରୀ ଏବଂ ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?