ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପସଂସ୍ଥା ଓ କର୍ମଚାରୀ ଉଭୟ ପରସ୍ପର ପାଇଁ ଆବଶ୍ୟକ। ତେଣୁ ସେମାନେ ଏକାଠି ବସି ବେତନ ପୈଠ ପ୍ରସଙ୍ଗର ସମାଧାନ କରିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣ, ସଞ୍ଜୟ କିଷନ କୌଲ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ରାଜ୍ୟ ସରକାର ଏଭଳି ସମାଧାନ ପ୍ରକ୍ରିୟା ପାଇଁ ସୁଯୋଗ ସୃଷ୍ଟି କରିବା ସହ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ କହିଛନ୍ତି।
ଲକ୍‌ଡାଉନ ସମୟରେ ପୂର୍ଣ୍ଣ ବେତନ ପ୍ରଦାନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମାର୍ଚ୍ଚ ୨୯ରେ ଜାରି କରିଥିବା ସର୍କୁଲାରର ବୈଧତା ନେଇ ୪ ସପ୍ତାହ ମଧ୍ୟରେ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ଅଦାଲତ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୨୯ ସର୍କୁଲାର ବିରୋଧରେ ବିଭିନ୍ନ କମ୍ପାନୀ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ଶେଷ ସପ୍ତାହକୁ ଧାର୍ଯ୍ୟ କରାଯାଇଛି। ସମାଧାନ ପ୍ରକ୍ରିୟା ପାଇଁ ଶ୍ରମ ବିଭାଗ ଜରିଆରେ ଅଦାଲତଙ୍କ ନିର୍ଦ୍ଦେଶନାମାକୁ କମ୍ପାନୀ ଓ କର୍ମଚାରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କହିଛନ୍ତି। ଲକ୍‌ଡାଉନବେଳେ କମ୍ପାନୀ ବନ୍ଦ ଥିଲେ ମଧ୍ୟ କର୍ମଚାରୀଙ୍କ ବେତନ ନ କାଟିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସର୍କୁଲାର ଜାରି କରି ନିଯୁକ୍ତିଦାତାମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଶ୍ରମ ଓ ନିୟୋଜନ ବିଭାଗ ସଚିବ ସବୁ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ମହାମାରୀ ବେଳେ କର୍ମଚାରୀ ଛଟେଇ ନ କରିବା ଏବଂ ବେତନ ହ୍ରାସ ନ କରିବାକୁ ନିଯୁକ୍ତିଦାତାମାନଙ୍କୁ ପରାମର୍ଶ ଦେବା ପାଇଁ କହିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଉପସ୍ଥିତ ରହି କହିଥିଲେ, ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ନିଜ ରାଜ୍ୟକୁ ଫେରିଯାଉଥିବାରୁ ସେମାନଙ୍କୁ କାର୍ଯ୍ୟସ୍ଥଳରେ ଅଟକାଇ ରଖିବା ଲାଗି ପୂର୍ଣ୍ଣ ବେତନ ପ୍ରଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri