ଘରୋଇ ସିଟି ବସ୍‌, ମୋ ବସ୍‌ରେ କଟକଣା ଉଲ୍ଲଂଘନ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍‌ ପାଇଁ କଟକଣା ଜାରି କରାଯାଇଛି। ସିଟ୍‌ଠାରୁ ଅଧିକ ଯାତ୍ରୀ ନ ନେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିୟମ ଉଲ୍ଲଂଘନ ହେଲେ ବସ୍‌ କର୍ମଚାରୀ ଓ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି। ପୋଲିସ ଓ ପରିବହନ ବିଭାଗର ଅଧିକାରୀମାନେ ଏ ନେଇ ଯାଞ୍ଚ କରିବେ। ସେହିଭଳି ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍‌ପର ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି। ହେଲେ ଉତ୍ତମ ସେବା ପାଇଁ ରାଜ୍ୟ ସରକାରଙ୍କ ‘ ମୋ ବସ୍‌’ରେ ଏହି କଟକଣା ପାଳନ ହେଉ ନ ଥିବା ଦେଖିବାକୁ ମିଳିଛି। ଏହାକୁ ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ୍‌) ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବାରୁ ଯାତ୍ରୀଙ୍କ ମନରେ ସଂକ୍ରମଣ ଭୟ ରହୁଛି। ମଙ୍ଗଳବାର ରୁଟ୍‌ ନଂ.୧୧ରେ ଚଳାଚଳ କରୁଥିବା ‘ମୋ ବସ୍‌’ (ନଂ. ଓଡି ୩୩ ଭି ୨୬୧୭)ରେ ସରକାରୀ ନିର୍ଦ୍ଦେଶନାମାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇଥିବା ଦେଖାଯାଇଥିଲା। ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ବିନା ମାସ୍କରେ ରହି ଯାତ୍ରୀଙ୍କ ସଂସ୍ପର୍ଶରେ ଆସୁଥିଲେ। ତେବେ ଏହି ଅଭିଯୋଗକୁ କ୍ରୁଟ୍‌ର ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ର ଅସ୍ବୀକାର କରିଛନ୍ତି। ସେ କହିଛନ୍ତି, ଅଧିକାଂଶ ସମୟରେ ମୋ ବସ୍‌ ଜଣେ ଜଣେ ଯାତ୍ରୀଙ୍କୁ ନେଇ ଯାତାୟାତ କରୁଛି। ଓଭର ଲୋଡିଂ କେବେ ବି ହୋଇ ନ ଥିବ। କିନ୍ତୁ ସମସ୍ତ କର୍ମଚାରୀଙ୍କ ପାଇଁ ମାସ୍କ ଉପଲବ୍ଧ ନାହିଁ। ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ ସଚିବଙ୍କୁ ମାସ୍କ ଯୋଗାଇ ଦେବା ପାଇଁ କ୍ରୁଟ୍‌ ପକ୍ଷରୁ ଅବଗତ କରାଯାଇଥିଲେ ମଧ୍ୟ ଏଯାଏ ମିଳିପାରିନି। ତେବେ କରେନାକୁ ନେଇ ‘ମୋ ବସ’ରେ ଲୋକଙ୍କୁ ସଚେତନ କରାଯାଉଛି। ନିୟମିତ ଭାବେ ହାତ ଧୋଇବା ସହିତ ସାନିଟାଇଜର୍‌ ଲିକ୍ୱିଡ୍‌ ବ୍ୟବହାର କରିବା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଉଛି।
ସେହିପରି ସହରରେ ଚଳାଚଳ କରୁଥିବା ଘରୋଇ ସିଟି ବସ୍‌ଗୁଡିକ ମଧ୍ୟ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିଲେ ମଧ୍ୟ ଏଯାଏ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଜଣାପଡିଛି। ବସ୍‌ ମାଲିକ ଓ କର୍ମଚାରୀମାନେ ସଚେତନ ରହୁ ନ ଥିବାରୁ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ମୋ ବସ୍‌ ଭଳି ଘରୋଇ ସିଟି ବସ୍‌ରେ ସିଟ୍‌ଠାରୁ ଅଧିକ ଯାତ୍ରୀଙ୍କୁ ନିଆଯାଉଥିବା ଦେଖିବାକୁ ମିଳିଛି।
ଅଧିକ ଲୋକ ନ ହେଲେ ବେପାର କରିହେବ ନାହିଁ ବୋଲି ବସ୍‌ କର୍ତ୍ତୃପକ୍ଷ କହୁଛନ୍ତି। ଖୋଦ୍‌ ରାଜଧାନୀରେ ନିୟମ ଉଲ୍ଲଂଘନକୁ ନଜର ନ ଥିବାବେଳେ ରାଜ୍ୟର ଅନ୍ୟ ସହରରେ ସ୍ଥିତି କିପରି ଥିବ ତାହା ସହଜରେ ବାରିହୋଇପଡୁଛି। ଏପରିସ୍ଥଳେ ପରିବହନ ମନ୍ତ୍ରୀଙ୍କ ପରାମର୍ଶ ପାଣିର ଗାର ହୋଇଛି। ନିଜ ଆଡୁ ସତର୍କ ହେବୁ କିପରି ବୋଲି ଯାତ୍ରୀମାନେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ

ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର…

କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ…

ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri