ଘରୋଇ ହସ୍ପିଟାଲକୁ ପୁଣି ଚେତାବନୀ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଅନେକ ଘରୋଇ ହସ୍ପିଟାଲ ଓ ନର୍ସିଂ ହୋମ୍‌ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିଶ୍‌ମେଣ୍ଟ (କଣ୍ଟ୍ରୋଲ ଓ ରେଗୁଲେଶନ) ଆକ୍ଟ ଓ ଏହା ଅଧୀନରେ ଆସୁଥିବା ନିୟମଗୁଡ଼ିକୁ ପାଳନ କରୁନାହାନ୍ତି। ପୁଣି ଅଭିଯୋଗ ଆସିବା ପରେ ସରକାର ଚେତାବନୀ ଦେଇଛନ୍ତି। ଏଣିକି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ସହିତ ସମ୍ପୃକ୍ତ ହସ୍ପିଟାଲର ପଞ୍ଜୀକରଣ ବାତିଲ କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି। ସୂଚନାଯୋଗ୍ୟ, ନିୟମ ଅନୁସାରେ ହସ୍ପିଟାଲଗୁଡ଼ିକ ଗୁରୁତର ରୋଗୀମାନଙ୍କୁ ଅନ୍ୟ ଡାକ୍ତରଖାନାକୁ ରେଫର କରିବା ପୂର୍ବରୁ ସେଠାରେ ଉପଲବ୍ଧ ଚିକିତ୍ସା ବ୍ୟବସ୍ଥା ଓ ମାନବ ସମ୍ବଳ ଆଦିକୁ ଉପଯୋଗ କରି ରୋଗୀର ଅବସ୍ଥା ନିୟନ୍ତ୍ରଣକୁ ଆସିବା ପର୍ଯ୍ୟନ୍ତ ଆବଶ୍ୟକ ଚିକିତ୍ସା ଯୋଗାଇ ଦେବେ। ତେବେ ଅନେକ ସମୟରେ ଏହି ନିୟମକୁ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍‌ଗୁଡ଼ିକୁ ପାଳନ କରୁ ନ ଥିବା ନଜରକୁ ଆସିଛି। ତେଣୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସମସ୍ତ ହସ୍ପିଟାଲ, ନର୍ସିଂହୋମ୍‌ଗୁଡ଼ିକୁ ରାଜ୍ୟ ସରକାର ପୁନର୍ବାର ନିର୍ଦ୍ଦେଶ ଦେଇଛନ୍ତି। ଯଦି ହସ୍ପିଟାଲରେ ଚିକିତ୍ସା ସୁବିଧା ରହିଛି, ତେବେ ଚିକତ୍ସା ନ କରି କୌଣସି ରୋଗୀଙ୍କୁ ଫେରାଇ ଦେଇପାରିବେ ନାହିଁ। ଯଦି ଏନେଇ କୌଣସି ଅଭିଯୋଗ ଆସିବ ତେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri