ଘରୋଇ ହସ୍ପିଟାଲରେ ରୋଗୀ ହନ୍ତସନ୍ତ: କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ହସ୍ପିଟାଲ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀମାନଙ୍କୁ ନିର୍ଯାତନା ଦିଆଯାଉଛି, ଏପରି କି ମୃତ୍ୟୁ ପରେ ମଧ୍ୟ ମୃତଦେହ ଛଡ଼ାଯାଉନାହିଁ। ଟଙ୍କା ଡିପୋଜିଟ୍‌ ନ କଲେ ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା ଗୋଗୀମାନଙ୍କୁ ଲୁଟୁଛନ୍ତି। କୋର୍ଟ, କେନ୍ଦ୍ର ସରକାର, ରାଜ୍ୟ ସରକାର ଓ ବାଚସ୍ପତିଙ୍କ ନିର୍ଦ୍ଦେଶକୁ ଘରୋଇ ହସ୍ପିଟାଲଗୁଡିକ ବେଖାତିର କରୁଛନ୍ତି। ଏ ନେଇ ଶୁକ୍ରବାର ବିଧାନସଭାରେ ଭାଜପା ସଭ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ବାଚସ୍ପତି ଘରୋଇ ହସ୍ପିଟାଲଙ୍କ କାର୍ଯ୍ୟକଳାପ ବିଷୟରେ ଆଲୋଚନା କରିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା, ବିରୋଧୀ ଦଳ ମୁଖ୍ୟ ସଚେତକ ଏବଂ ସରକାରୀ ଦଳ ମୁଖ୍ୟ ସଚେତକଙ୍କୁ ଆଲୋଚନା କରି ପଦକ୍ଷେପ ନେବାକୁ କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ସଭ୍ୟମାନେ ଶୂନ୍ୟକାଳରେ ନିଅଣ୍ଟିଆ ବର୍ଷା ଯୋଗୁ ବଲାଙ୍ଗୀର ସମେତ ରାଜ୍ୟର ୫ଟି ଜିଲାରେ ମରୁଡି ପରିସ୍ଥିତି ହୋଇଥିବା ପ୍ରସଙ୍ଗ ଉଠାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ, ଶ୍ରାବଣ ମାସରେ ଧାନ ବିଲ ଫାଟି ଆଁ କରିଛି । ରୁଆ ବେଉଷଣ ଏ ପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ସରକାର ତୁରନ୍ତ ଗୃହ କମିଟି ପଠାଇ ଜିଲାର ପରିସ୍ଥିତି ଅନୁଧ୍ୟାନ କରନ୍ତୁ।
ଶୂନ୍ୟକାଳରେ ଭାଜପା ସଭ୍ୟ ବିଷ୍ଣୁଚରଣ ସେଠୀ ଆମ୍ରି ହସ୍ପିଟାଲରେ ଜଣେ ରୋଗୀଙ୍କ ମୃତ୍ୟୁ ଓ ତାଙ୍କ ସମ୍ପର୍କୀୟଙ୍କଠାରୁ ଜବରଦସ୍ତ ଅର୍ଥ ଆଦାୟ କରୁଥିବା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ, ରାଜ୍ୟ ସରକାର ଘରୋଇ ହସ୍ପିଟାଲଗୁଡିକୁ ମାଗଣାରେ ଜମି ଯୋଗାଇ ଦେଉଛନ୍ତି। ୨୫ ପ୍ରତିଶତ ରୋଗୀଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ନାଁରେ ଜମି ନେଉଛନ୍ତି। ସେବା ଯୋଗାଇବା ବଦଳରେ ରୋଗୀଙ୍କୁ ଲୁଟ୍‌ କରାଯାଉଛି । ଗତ କିଛିଦିନ ତଳେ ଆପୋଲୋ ହସ୍ପିଟାଲରେ ପାଟକୁରାର ସୁନାକର ସାହୁଙ୍କୁ ଟଙ୍କା ଜମା ନ ଦେବାରୁ ତାଙ୍କ ପୁତ୍ରର ମୃତଦେହ ଛାଡି ନ ଥିଲେ। ସେହିପରି ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝିଙ୍କୁ ମଧ୍ୟ କଳିଙ୍ଗ ହସ୍ପିଟାଲରେ ଦୁର୍ବ୍ୟବହାର କରାଗଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀର ରୋଗୀଙ୍କୁ ଆମ୍ରିରେ ୧ଲକ୍ଷ ୯୯ ହଜାର ଟଙ୍କା ଜମା ନ ଦେବାରୁ ଛାଡୁ ନାହାନ୍ତି। ଘରୋଇ ହସ୍ପିଟାଲଗୁଡିକ ଦାଦାଗିରି କରୁଛନ୍ତି। କୋର୍ଟ, କେନ୍ଦ୍ର ସରକାର, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ମଧ୍ୟ ସେମାନେ ବେଖାତିର କରୁଛନ୍ତି। ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାୟକ ଏହି ପ୍ରସଙ୍ଗରେ କହିଥିଲେ ଯେ, ସରକାର ମାହାଳିଆ ଜମି ଦେଉଛନ୍ତି। ଘରୋଇ ହସ୍ପିଟାଲ ୨୫ ପ୍ରତିଶତ ମାଗଣା ରୋଗୀସେବା ଦେବା କଥା। ମଲା ପରେ ମଧ୍ୟ ମୃତଦେହକୁ ସମ୍ମାନ ମିଳୁନାହିଁ। ଏହି ସମୟରେ ଭାଜପା ସଭ୍ୟମାନେ ଛିଡାହୋଇ ପାଟି କଲେ। ଏପରି କି ଗୃହର ମଧ୍ୟଭାଗକୁ ଆସି କ୍ଷୋଭପ୍ରକାଶ କଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସେମାନଙ୍କୁ ବୁଝାଶୁଝା କରି ଫେରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri