ଘରୋଇ ହସ୍ପିଟାଲ ସହାୟତାରେ ସ୍ଥାପନ ହେବ ୧ହଜାର ବେଡ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ହଜାର୍‌ ବେଡ ପାଇଁ ଆୟୋଜନ କରିଛନ୍ତି। ଏ ନେଇ ସରକାର, ସମ୍‌ ଓ କିମ ମେଡିକାଲ କଲେ୍‌ଜ ମଧ୍ୟରେ ତ୍ରିପାକ୍ଷିକ ବୁଝାବଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟନମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଲୋକସେବା ଭବନଠାରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ, ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା ଏବଂ କିମ ମ୍ୟାନେଜମେଣ୍ଟ ସହିତ ୪୫୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ପାଇଁ ବୁଝବଣା ପତ୍ର ସ୍ବାକ୍ଷରିତ କରିଛନ୍ତି। ସେହିପରି ଦ୍ୱିତୀୟ ଏମଓୟୁରେ ସ୍ବାସ୍ଥ୍ୟ ସଚିବ, ଏମସିଏଲର ଏସ୍‌.ଏସ୍‌ ପଣ୍ଡା ଏବଂ ସମ ହସ୍ପିଟାଲ ମ୍ୟାନେଜମେଣ୍ଟ ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଏବଂ ଆଇସିୟୁ ସୁବିଧା କରିବା ନେଇ ସ୍ବାକ୍ଷରିତ କରିଛନ୍ତି। ସେଥିପାଇଁ ଓଏମ୍‌ସି ଏବଂ ଏମସିଏଲ ସମସ୍ତ ଖର୍ଚ୍ଚ ବହନ କରିବେ। ଏହା ଆସନ୍ତା ୧୫ଦିନ ମଧ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକ୍ଷମ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ଏହି ଦୁଇ କେନ୍ଦ୍ର ଓ ରାଜ୍ୟ ଉଦ୍ୟୋଗକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri