ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗଧର ପଞ୍ଚାୟତ ସୁନିନ୍ଦା ଗ୍ରାମର ଦଶରା ସିଂଙ୍କୁ(୫୦)। ତେବେ ଗୁରୁତରଙ୍କୁ ଘଟଣାର ୧୨ ଘଣ୍ଟା ପରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନାଯେଗ୍ୟ, ଦଶରା ଜୁଡାମ୍ବ ଗ୍ରାମର ଜଣେ ସମ୍ପର୍କୀୟ ଘରକୁ ଦଶାହ କର୍ମରେ ଯୋଗଦେବାକୁ ଆସିଥିଲେ। ଦଶାହ କର୍ମ ସରିଯାଇଥିବା ବେଳେ ଦଶରା ସାହି ଆଡେ ବୁଲିବାକୁ ଯାଇଥିଲେ। ସନ୍ଧ୍ୟାରେ କାଳବୈଶାଖୀ ବର୍ଷା ପବନ ସାଙ୍ଗକୁ ବିଜୁଳି ମାରିବାରୁ ଦଶରା ସାହିର ଫୁଲ ଚାମ୍ପିଆ ନାମ୍ନୀ ଜଣେ ମହିଳାଙ୍କ ଘର ଭିତରେ ଯାଇ ଆଶ୍ରୟ ନେଇଥିଲେ। ଫୁଲ ବାହାରକୁ ଯାଇଥିବାରୁ ପଡ଼ୋଶୀ ରଥିଆ ପୂର୍ତ୍ତି ଓ ତାଙ୍କ ସ୍ତ୍ରୀ ବାଲମା ଫୁଲଙ୍କ ଘରକୁ ଜଗିଥିଲେ । ଘରର ଏକ କୋଠରି ଭିତରେ ଏହି ୩ ଜଣ ବସିଥିବା ବେଳେ ହଠାତ୍‌ ଘର ଉପରକୁ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଘର ଭିତରେ ଆଶ୍ରୟ ନେଇଥିବା ଦଶରାଙ୍କ ମୃତ୍ୟୁ ଘଟିଥିଲା । ବଜ୍ରପାତରେ ଦଶରାଙ୍କ ଦେହର କିଛି ଅଂଶ ପୋଡ଼ିଯାଇଥିଲା। ଘରେ ଥିବା ରଥିଆ ଓ ତାଙ୍କ ସ୍ତ୍ରୀ ବାଲମା ସଂଜ୍ଞାହୀନ ଅବସ୍ଥାରେ ଘର ଭିତରେ ପଡିରହିଥିଲେ। ଏହି ଘଟଣା ଘଟିଥିଲେ ମଧ୍ୟ ପାଖ ପଡ଼ୋଶୀ ଜାଣିପାରି ନ ଥିଲେ। ସକାଳେ ପଡ଼ୋଶୀ ଦେଖି ଘର ଭିତରୁ ମୃତ ଦଶରାଙ୍କୁ ଉଦ୍ଧାର କରିଥିଲେ। ସଂଜ୍ଞାହୀନ ହୋଇ ପଡ଼ିରହିଥିବା ସ୍ବାମୀ, ସ୍ତ୍ରୀକୁ ଉଦ୍ଧାର କରାଯାଇ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ଠାକୁରମୁଣ୍ଡା ପୋଲିସ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri