ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗଧର ପଞ୍ଚାୟତ ସୁନିନ୍ଦା ଗ୍ରାମର ଦଶରା ସିଂଙ୍କୁ(୫୦)। ତେବେ ଗୁରୁତରଙ୍କୁ ଘଟଣାର ୧୨ ଘଣ୍ଟା ପରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନାଯେଗ୍ୟ, ଦଶରା ଜୁଡାମ୍ବ ଗ୍ରାମର ଜଣେ ସମ୍ପର୍କୀୟ ଘରକୁ ଦଶାହ କର୍ମରେ ଯୋଗଦେବାକୁ ଆସିଥିଲେ। ଦଶାହ କର୍ମ ସରିଯାଇଥିବା ବେଳେ ଦଶରା ସାହି ଆଡେ ବୁଲିବାକୁ ଯାଇଥିଲେ। ସନ୍ଧ୍ୟାରେ କାଳବୈଶାଖୀ ବର୍ଷା ପବନ ସାଙ୍ଗକୁ ବିଜୁଳି ମାରିବାରୁ ଦଶରା ସାହିର ଫୁଲ ଚାମ୍ପିଆ ନାମ୍ନୀ ଜଣେ ମହିଳାଙ୍କ ଘର ଭିତରେ ଯାଇ ଆଶ୍ରୟ ନେଇଥିଲେ। ଫୁଲ ବାହାରକୁ ଯାଇଥିବାରୁ ପଡ଼ୋଶୀ ରଥିଆ ପୂର୍ତ୍ତି ଓ ତାଙ୍କ ସ୍ତ୍ରୀ ବାଲମା ଫୁଲଙ୍କ ଘରକୁ ଜଗିଥିଲେ । ଘରର ଏକ କୋଠରି ଭିତରେ ଏହି ୩ ଜଣ ବସିଥିବା ବେଳେ ହଠାତ୍‌ ଘର ଉପରକୁ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଘର ଭିତରେ ଆଶ୍ରୟ ନେଇଥିବା ଦଶରାଙ୍କ ମୃତ୍ୟୁ ଘଟିଥିଲା । ବଜ୍ରପାତରେ ଦଶରାଙ୍କ ଦେହର କିଛି ଅଂଶ ପୋଡ଼ିଯାଇଥିଲା। ଘରେ ଥିବା ରଥିଆ ଓ ତାଙ୍କ ସ୍ତ୍ରୀ ବାଲମା ସଂଜ୍ଞାହୀନ ଅବସ୍ଥାରେ ଘର ଭିତରେ ପଡିରହିଥିଲେ। ଏହି ଘଟଣା ଘଟିଥିଲେ ମଧ୍ୟ ପାଖ ପଡ଼ୋଶୀ ଜାଣିପାରି ନ ଥିଲେ। ସକାଳେ ପଡ଼ୋଶୀ ଦେଖି ଘର ଭିତରୁ ମୃତ ଦଶରାଙ୍କୁ ଉଦ୍ଧାର କରିଥିଲେ। ସଂଜ୍ଞାହୀନ ହୋଇ ପଡ଼ିରହିଥିବା ସ୍ବାମୀ, ସ୍ତ୍ରୀକୁ ଉଦ୍ଧାର କରାଯାଇ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ଠାକୁରମୁଣ୍ଡା ପୋଲିସ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?